ଘର ଖର୍ଚ୍ଚ ପାଇଁ ଗହଣା ବିକିଲେ ଅଭିନେତ୍ରୀ

ନୂଆଦିଲ୍ଲୀ: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରେଟିଭ୍‌ (ପିଏମ୍‌ସି)ବ୍ୟାଙ୍କର ମାନ୍ଦାବସ୍ଥା ଏହାର ଗ୍ରାହକଙ୍କ ଜୀବନଶୈଳୀକୁ ପ୍ରଭାବିତ କରିଛି। ପରିସ୍ଥିତି ଏପରି ହୋଇଛି ଯେ, କେବଳ ସାଧାରଣ ଗ୍ରାହକ ନୁହେଁ, ଟିଭି ଅଭିନେତ୍ରୀ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି। ‘ଅଗ୍‌ଲେ ଜନମ୍‌ ମୋହେ ବିଟିୟା ହି କିଜୋ’, ‘ସ୍ବରାଗିଣି’ ଭଳି ଅନେକ ଶୋ’ ରେ ଅଭିନୟ କରିଥିବା ଟେଲିଭିଜନ୍‌ ଅଭିନେତ୍ରୀ ନୂପୁର୍‌ ଅଳଙ୍କାର ପିଏମ୍‌ସି ବ୍ୟାଙ୍କ୍‌ର ଜଣେ ଆକାଉଣ୍ଟଧାରୀ ଥିବାବେଳେ ସେ ମଧ୍ୟ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପ୍ରକାଶ କରିଛନ୍ତି। କିଛିବର୍ଷ ତଳେ ଅନ୍ୟ ବ୍ୟାଙ୍କରେ ରହିଥିବା ଜମା ଟଙ୍କାକୁ ସେ ପିଏମ୍‌ସି ବ୍ୟାଙ୍କ୍‌କୁ ଟ୍ରାନ୍ସଫର୍‌ କରିଥିଲେ। ଫଳରେ ଅନ୍ୟ ବ୍ୟାଙ୍କ ଆକାଉଣ୍ଟ ଅଚଳ ହୋଇଯାଇଥିଲା। ଏଭଳି ପରିସ୍ଥିତିରେ ପିଏମ୍‌ସି ବ୍ୟାଙ୍କର ମାନ୍ଦାବସ୍ଥା ଯୋଗୁ ଦୈନନ୍ଦିନ ଆବଶ୍ୟକତା ପୂରଣ ପାଇଁ ଘରେ ଟଙ୍କା ନାହିଁ। ଫଳରେ ସେ ନିଜ ଗହଣା ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି ବୋଲି ନୂପୁର କହିଛନ୍ତି। ଏପରକି ସେ ଘର ଖର୍ଚ୍ଚ ପାଇଁ ସାଙ୍ଗସାଥୀଙ୍କ ଠାରୁ ଏ ପର୍ଯ୍ୟନ୍ତ ୫୦ ହଜାର ଟଙ୍କା କରଜ ମଧ୍ୟ ନେଇଥିବା କହିଛନ୍ତି। ବ୍ୟାଙ୍କ୍‌ର ଏହି ପରିସ୍ଥିତି କେବେ ସୁଧୁରିବ ସେ ନେଇ କୌଣସି ସୂଚନା ଦିଆଯାଉ ନ ଥିବାରୁ ନିଜ ଜମା ଟଙ୍କା ହରାଇବା ଆଶଙ୍କାରେ ରହିଛନ୍ତି ନୂପୁର୍‌। ଠିକ୍‌ ସମୟରେ ଆୟ କର ଦେଇ ମଧ୍ୟ ନିଜ କଷ୍ଟ ଅର୍ଜିତ ଧନ ସେ କାହିଁକି ପାଇପାରୁନାହାନ୍ତି। ଏପରିକି ତାଙ୍କ କ୍ରେଡିଟ୍‌ ଏବଂ ଡେବିଟ୍‌ କାର୍ଡ ମଧ୍ୟ ଅଚଳ ହୋଇପଡ଼ିଛି ଏବଂ ପିଏମ୍‌ସି ବ୍ୟାଙ୍କରେ ଆକାଉଣ୍ଟ ଥିବା ଯୋଗୁ ସେ ଋଣ ମଧ୍ୟ ପାଇପାରୁ ନ ଥିବା କହିଛନ୍ତି। ପ୍ରକାଶ ଯେ, ଗତ ସେପ୍ଟେମ୍ବରରୁ ଏହି ବ୍ୟାଙ୍କରେ ମାନ୍ଦାବସ୍ଥା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri