ଘର ଘର ବୁଲି ବହି ବାଣ୍ଟୁଛନ୍ତି ଶିକ୍ଷୟିତ୍ରୀ

କୋକସରା,୨୧।୪(ଡି.ଏନ୍‌.ଏ) – ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକସ୍ତରରୁ ଅଷ୍ଟମ ଶ୍ରେଣୀ ଯାଏ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଘର ଘର ବୁଲି ଶିକ୍ଷୟିତ୍ରୀ/ଶିକ୍ଷକମାନେ ପୁସ୍ତକ ବଣ୍ଟନ କରିବା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ଯୋଗଁୁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା ହୋଇଛି। ଏହିପରି ସ୍ଥିତିରେ ପିଲାଙ୍କ ପାଠ ପଢାରେ ଯେମିତି ବ୍ୟାହତ ନ ହୁଏ ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଶିକ୍ଷା ଜିଲାରେ ପାଠ୍ୟ ପୁସ୍ତକ ବହି ବଣ୍ଟନ କରାଯାଉଛି। ଏହି ପରିପ୍ରେକ୍ଷିରେ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷାଧିକାରୀ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କ ଘରେ ପହଞ୍ଚି ପୁସ୍ତକ ବଣ୍ଟନ କରୁଛନ୍ତି। କୋକସରା ଗୋଷ୍ଠୀ ଶିକ୍ଷାବିଭାଗରେ ରହିଥିବା ୧୬୨ସ୍କୁଲର ଛାତ୍ରୀଛାତ୍ରଙ୍କୁ ଏହି ସୁବିଧା ଯୋଗାଇ ଦିଆଯିବ ବୋଲି କୋକସରା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତୋଫାନ ମାଝୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri