ଘର ତାଲା ଭାଙ୍ଗି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଢେଙ୍କିକୋଟ,୬।୨(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତ ଲଙ୍ଗଳକଣ୍ଟିସ୍ଥିତ ଖୁର୍ସିଦ୍‌ ମହମ୍ମଦଙ୍କ ଘରୁ ବୁଧବାର ରାତିରେ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସୁନାଗହଣା ଚୋରି ହୋଇଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଛି।
ସୂଚନାନୁଯାୟୀ, ଖୁର୍ସିଦ୍‌ ଦୀର୍ଘ ୨୦ ବର୍ଷ ଧରି ଲଙ୍ଗଳକଣ୍ଟିରେ ଘରଭଡ଼ା ନେଇ ରହି ଆସୁଥିବା ବେଳେ ତାଙ୍କ ସ୍ତ୍ରୀଙ୍କ ଦେହାନ୍ତ ଯୋଗୁ ସେ ସପରିବାର କଟକସ୍ଥିତ ନିଜ ଘରକୁ ଯାଇଥିଲେ। ଦୀର୍ଘ ୧୫ ଦିନ ପରେ ଲଙ୍ଗଳକଣ୍ଟିକୁ ଫେରିବା ପରେ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଘର ଭିତରେ ଆସବାବପତ୍ର ଏତେତେଣେ ଫିଙ୍ଗା ଯାଇଥିବା ବେଳେ ଗଡ୍‌ରେଜ୍‌ରେ ଥିବା ନଗଦ ଟଙ୍କା ଏବଂ ସୁନାଗହଣା କେହି ଦୁର୍ବୃତ୍ତ ଚୋରି କରି ନେଇଥିବା ଜଣାପଡ଼ିଥିଲା। ଏନେଇ ବୁଧବାର ରାତିରେ ଢେଙ୍କିକୋଟ ଫାଣ୍ଡିରେ ଖୁର୍ସିଦଙ୍କ ଦୁଇପୁଅ ଅଭିଯୋଗ କରିଥିଲେ। ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା, କନଷ୍ଟେବଳ ସୁଶୀଲ ମହାନ୍ତି, ମାନସ ରଞ୍ଜନ ରାଉତ, ମୁନା ମହାନ୍ତ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଚୋରି ସୁନାଗହଣା ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri