ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୨ନଂ. ଓ୍ବାର୍ଡ ଅରବିନ୍ଦ ମାର୍ଗ ରାସ୍ତାରେ। ଏନ୍‌ଏସି କର୍ତ୍ତୃପକ୍ଷ ଏହାର ପ୍ରତିକାର ବ୍ୟବସ୍ଥା କରୁ ନ ଥିବାରୁ ଅଞ୍ଚଳବାସୀଙ୍କୁ ଘାରିଛି ସଂକ୍ରାମକ ରୋଗ ଚିନ୍ତା। ଏହାକୁ ନେଇ ସେମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ତୀବ୍ର ଅସନ୍ତୋଷ।
ଭୁବନ ଏନ୍‌ଏସିର ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା ହେଉଛି ଅରବିନ୍ଦ ମାର୍ଗ। ଏହି ପଥ ଦେଇ ଦୈନିକ ହଜାର ହଜାର ସଂଖ୍ୟାରେ ଛାତ୍ରୀଛାତ୍ର, ଜନସାଧାରଣ ଅରବିନ୍ଦ ବିଦ୍ୟାଳୟ, ବାଜି ରାଉତ କଲେଜ, ମହିଳା କଲେଜ, ବ୍ଲକ କାର୍ଯ୍ୟାଳୟ ସମେତ ବଜାରକୁ ଯାଇଥାନ୍ତି। ରାସ୍ତା କଡ଼ରେ ଘର କରିଥିବା ପରିବାରର ଆବର୍ଜନା ପାଣି ଏବଂ ଷ୍ଟାଣ୍ଡ୍‌ ପୋଷ୍ଟରୁ ବାହାରୁଥିବା ଉଦ୍‌ବୃତ୍ତ ଜଳ ଡ୍ରେନ୍‌ରେ ନିଷ୍କାସିତ ହେଉଥିଲା। ହେଲେ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଘର କାମ ପାଇଁ ଡ୍ରେନ୍‌ ପୋତି ଦେଇଛନ୍ତି। ସେହିପରି ଡ୍ରେନ୍‌ର କେତେକ ସ୍ଥାନ ଆବର୍ଜନାରେ ପୋତି ହୋଇଯାଇଛି। ଫଳରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଭାସୁଛି। ଏହାର ପ୍ରତିକାର କରିବାକୁ ସାହିବାସୀ ଅନେକ ଥର ଏନ୍‌ଏସି କର୍ତ୍ତୃପକ୍ଷଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଭୁବନ ସହରର ପ୍ରମୁଖ ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ହଟାଇ ଡ୍ରେନ୍‌ ନିର୍ମାଣ କରାଗଲେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ ବୋଲି ମତପ୍ରକାଶ ପାଇଛି।
ଏ ସଂକ୍ରାନ୍ତରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ କୁହନ୍ତି, ରାସ୍ତାପାର୍ଶ୍ୱରେ ଘର କରିଥିବା କେତେକ ପରିବାର ମାଟି, ବାଲି ପକାଇ ଡ୍ରେନ୍‌ ପୋତି ଦେଇଛନ୍ତି। ଅଞ୍ଚଳବାସୀ ସହଯୋଗ କଲେ ଡ୍ରେନ୍‌ ଆବର୍ଜନାମୁକ୍ତ ହୋଇପାରିବ। ସମସ୍ୟାକୁ ଗୁରୁତ୍ୱ ଦେଇ ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri