ଘର ଭାଙ୍ଗିଲା, ଧାନ ଖାଇଲା

କଣିହାଁ,୨୬।୨(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଫରେଷ୍ଟ ସେକ୍ସନ ବଜ୍ରକୋଟ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଭୋର ୫ଟାରେ ମାୟାଧର ପ୍ରଧାନଙ୍କ ଚାଳ ଛପର ଭାଙ୍ଗି ୨ କୁଇଣ୍ଟାଲ ଗଚ୍ଛିତ ଧାନ, ଗୋ-ଖାଦ୍ୟ ଖାଇବା ସହିତ ଅନ୍ୟାନ୍ୟ ଗୃହ ଉପକରଣ ନଷ୍ଟ କରିଥିଲା। ଖବରପାଇ ବନ ବିଭାଗ ସ୍କ୍ବାଡ୍‌ ପହଞ୍ଚି ବାଣ ଫୁଟାଇ ହାତୀକୁ ଘଉଡାଇଥିଲେ। ସେହିପରି ବର୍ଷା ବେଳେ ଉକ୍ତ ହାତୀ ପଞ୍ଚାୟତ ନିକଟକୁ ଚାଲିଆସିଥିଲା। ସେହି ସମୟରେ ଚିତ୍ତରଞ୍ଜନ ବାରିକ ଏକ ସାଇକେଲରେ ଆସୁଥିବାବେଳେ ହାତୀ ସହିତ ମୁହାଁମୁହିଁ ହୋଇଥିଲେ। ସେ ଦୌଡ଼ି ପଳାଇଯାଇଥିଲେ ହେଁ ହାତୀ ତାଙ୍କ ସାଇକେଲକୁ ଦଳିଚକଟି ଭାଙ୍ଗି ଦେଇଥିଲା। ଏହାପରେ ସୁବର୍ଣ୍ଣପୁର ସାହିକୁ ଯାଇ ବାଡ଼ି ବଗିଚା ନଷ୍ଟ କରିଥିଲା। ଫଳରେ ସ୍ଥାନୀୟ ବାସିନ୍ଦା ଏବେ ଆତଙ୍କିତ ହୋଇପଡ଼ିଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ସହିତ ହାତୀ ଘଉଡ଼ାଇବା ପାଇଁ ଜିଲା ପରିଷଦର ପୂର୍ବତନ ସଦସ୍ୟ ନୃସିଂହ ବରାଳ, ପୂର୍ବତନ ସମିତି ସଭ୍ୟ ବିଧାନ ସାହୁ ଦାବି କରିଛନ୍ତି। ଏ ନେଇ କଣିହାଁ ବନାଞ୍ଚଳ ଅଧିକାରୀ ନୀଳମଣି ଦେହୁରୀ କହିଛନ୍ତି, କ୍ଷୟକ୍ଷତିର ଭରଣା ବିଧିମତେ କରାଯିବ। ମଙ୍ଗଳବାର ହାତୀ ଘଉଡ଼ାଇବା କାର୍ଯ୍ୟରେ ୨୦ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଜେଲ୍ ଗଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri