ଘର ଭାଙ୍ଗିଲା, ଫସଲ ଉଜୁଡ଼ିଲା

ପାଟଣା,୨୬।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକରେ ଗତ ୨୪ ଘଣ୍ଟା ମଧ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଠାରେ ୪୮. ୫ ମିଲିମିଟର ବୃଷ୍ଟିପାତ ହୋଇଥିବା ରେକର୍ଡ କରାଯାଇଛି। ଏଥିରେ ଅନେକ କଚ୍ଚା ଘର ଭାଙ୍ଗି ପଡିଛି। ପାଚିଲା ଧାନ ଚାଷ ଉଜୁଡି ଯିବାର ଆଶଙ୍କା ସୃଷ୍ଟି ହୋଇଛି।
ଶୁକ୍ରବାର ପୂର୍ବାହ୍ନ ଓ ଗୁରୁବାର ରାତ୍ରିରେ ପ୍ରବଳ ବର୍ଷା ହେବା ବେଳେ ୩ଜଣଙ୍କ ଘର ଭାଙ୍ଗି ପଡିଥିବା ଜଣାପଡିଛି। ରାଜନଗର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ରାଜନଗର ମଝି ସାହିର ରଣଜିତ ଜେନାଙ୍କ ନଡାଛପର ଘର ଶୁକ୍ରବାର ପୂର୍ବାହ୍ନରେ ବର୍ଷାମାଡରେ ଭାଙ୍ଗିପଡିଥିଲା। ପରିବାର ଲୋକେ ବାହାରକୁ ଚାଲି ଆସି ଜୀବନ ରକ୍ଷା କରିିଥିଲେ। ସେହିପରି ରାଜନଗର ଶାସନ ସାହିର ସର ରାଉତଙ୍କ ଖପର ଘର କାନ୍ଥ ଭାଙ୍ଗିଯାଇଥିବା ବେଳେ ଦେଉଳିଆ ସାହିର ନିହାର ରଞ୍ଜନ ସିଂଙ୍କ ଗୁହାଳ ଘର ଭାଙ୍ଗି ଯାଇଛି। ରାଜନଗର ରାଜସ୍ବ ନିରୀକ୍ଷକ ଭବାନୀଶଙ୍କର ରାଉତରାୟ କ୍ଷୟକ୍ଷତି ଆକଳନ କରି ପାଟଣା ତହସିଲଦାରଙ୍କୁ ରିପୋର୍ଟ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri