ଘର ଭାଙ୍ଗିଲା, ବୃଦ୍ଧାଙ୍କୁ ଦଳି ମାରିଲା ହାତୀ

ଖପ୍ରାଖୋଲ,୧୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ହନୁପାଲି ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ମୃତା ହେଲେ ବେଲମତୀ ବରିହା(୯୦)। ହାତୀ ଆକ୍ରମଣରୁ ତାଙ୍କ ପୁଅ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ହାତୀ ବେଲମତୀଙ୍କ ଘର ଭାଙ୍ଗି ଥିଲା। ଏହି ସମୟରେ ସେ ଘରେ ଶୋଇଥିବାବେଳେ ତାଙ୍କୁ ଦଳି ଦେଇଥିଲା ହାତୀ। କାନ୍ଥ ଭାଙ୍ଗି ପଡିବା ଶଦ୍ଦ ଶୁଣି ଘରେ ଶୋଇଥିବା ତାଙ୍କ ପୁଅ ଦୌଡି ପ୍ରାଣ ବିକଳରେ ପଳାଇଥିଲେ। ପରେ ହାତୀ ଘରେ ଥିବା ଧାନ, ଚାଉଳ ଖାଇ ସେଠାରୁ ପଳାଇ ଯାଇଥିଲା। ଖବର ପାଇ ସ୍ଥାନୀୟ ଲୋକେ ଏବଂ ବନ ବିଭାଗ କର୍ମଚାରୀ ବୃଦ୍ଧାଙ୍କୁ ଉଦ୍ଧାର କରି ପ୍ରଥମେ ଖପ୍ରାଖୋଲ ଡାକ୍ତରଖାନା ଏବଂ ପରେ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା କିଛି ଦିନ ତଳେ ଖପ୍ରାଖୋଲ ସୀମାନ୍ତ ପଦ୍ମପୁର ଅଞ୍ଚଳରେ ହାତୀପଲ ୪ଜଣଙ୍କୁ ଦଳି ମାରିଥିବାବେଳେ ଏବେ ଗନ୍ଧମାର୍ଦ୍ଦନ ପାହାଡ ତଳି ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି। ଏ ନେଇ ହରିଶଙ୍କର ରେଞ୍ଜ ଅଧିକାରୀ ଶ୍ରୀବତ୍ସ କୁମୁରାଙ୍କୁ ପଚାରିବାରୁ ଶୁକ୍ରବାର ଭାନପୁର ଅଞ୍ଚଳରେ ହାତୀ ଥିବା ଜାଣି ପାଟ୍ରୋଲିଂ କରିଥିଲୁ। ରାତିରେ ହନୁପାଲିରେ ହାତୀ ଆକ୍ରମଣ ଜାଣି ସେଠାକୁ ଯିବା ସହ ଗୁରୁତର ବୃଦ୍ଧାଙ୍କୁ ଚିକତ୍ସା ପାଇଁ ନେଇଥିଲୁ ା ହାତୀପଲଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖାଯାଇଛି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ବନ ବିଭାଗ ପକ୍ଷରୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri