ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀ

କଣିହାଁ/ ବଇଣ୍ଡା,୨୫।୬ (ଡି.ଏନ.ଏ.)ଅନୁଗୋଳ ଜିଲାର କଣିହାଁ ବନାଞ୍ଚଳ ଓ ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ ଲାଗି ରହିଛି। କଣିହଁ। ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନର ବଜ୍ରକୋଟ ପଞ୍ଚାୟତରେ ରବିବାର ୫ରୁ ଅଧିକ ହାତୀ ଗ୍ରାମାଭିମୁଖୀ ହୋଇ ପନିପରିବା ଫସଲ ନଷ୍ଟ କରିବା ସହ କେତେଜଣଙ୍କ ଘର ଭାଙ୍ଗି ଦେଇଛନ୍ତି। ତୁରନ୍ତ ହାତୀଙ୍କୁ ଘଉଡ଼ାଇବା ସହିତ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଯୋଗାଇ ଦେବାକୁ ଦାବି ହୋଇଛି। ଏ ନେଇ ରେଙ୍ଗାଲି ସେକ୍ସନ ଫରେଷ୍ଟର ସରସ୍ବତୀ ବେହେରା କହିଛନ୍ତି, ହାତୀଙ୍କ ଦ୍ୱାରା କ୍ଷୟକ୍ଷତିକୁ ନେଇ ନିୟମାନୁଯାୟୀ ସହାୟତା ଅର୍ଥ ପ୍ରଦାନ କରାଯିବ। ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା କାର୍ଯ୍ୟ ଚାଲିଛି। ସେହିପରି କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜର ଅଶ୍ରୁବାହାଳ, ନାଗାଝରଣ, ଖଣ୍ଡବର, ଜାମ୍ବୁନାଳୀ, ମଧପୁର ଆଦି ଅଞ୍ଚଳରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ପନିପରିବା ଫସଲ ସହ କଦଳୀବଗିଚା ନଷ୍ଟ କରି ଦେଉଛନ୍ତି। ବାରମ୍ବାର ଏଭଳି ସମସ୍ୟା ଲାଗି ରହିଥିଲେ ମଧ୍ୟ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ତୁରନ୍ତ ଏଥିପ୍ରତି ପଦକ୍ଷେପ ନିଆଯିବା ସହ କ୍ଷତିଗ୍ରସ୍ତଙ୍କୁ ସରକାରୀ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri