ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି। ଶୁକ୍ରବାର ରାତି ପ୍ରାୟ ୧୨ଟାରେ ଏକ ଦନ୍ତା ହାତୀ ଗାଁରେ ପଶିଥିଲା । ଗ୍ରାମର ମହିନ୍ଦ୍ର ପଧାନ ଓ ପ୍ରଫୁଲ୍ଲ ଡୁଙ୍ଗଡୁଙ୍ଗଙ୍କ ଘର କାନ୍ଥ ଓ ଛପର ଭାଙ୍ଗିଥିଲ। ସେହି ସମୟରେ ଉଭୟେ ତାଙ୍କ ପରିବାର ସହିତ ଘରେ ଶୋଇଥିଲେ। ଶଦ୍ଦ ଶୁଣି ଉଠିଲା ବେଳକୁ ହାତୀ ଘର ବାହାରେ ଥିବା ଦେଖି ଜୀବନ ବିକଳରେ ସମସ୍ତେ ଦୌଡି ପଳାଇଥିଲେ। ଏହି ସମୟରେ ହାତୀ ଘରେ ଥିବା ଧାନ, ଚାଉଳ ଖାଇବା ସହ ରୋଷେଇ ସାରଞ୍ଜାମ ସହ ଗୃହ ଉପକରଣ ଆଦି ଭାଙ୍ଗିଥିଲା । ଗ୍ରାମବାସୀ ହାତୀକୁ ଘଉଡାଇବାର ସମସ୍ତ ଚେଷ୍ଟା କରି ବିଫଳ ହୋଇଥିଲେ। ରାତି ପ୍ରାୟ ୪ଟା ବେଳକୁ ହାତୀ ଗଁା ଛାଡି ପଳାଇଥିଲା। ଗ୍ରାମବାସୀ ଏବେ ମଧ୍ୟ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଖବରପାଇ ବନ ବିଭାଗ ଶନିବାର ଘଟଣାସ୍ଥଳକୁ ଆସି କ୍ଷୟକ୍ଷତିର ଆକଳନ କରିଛନ୍ତି। ସୂଚନାମତେ ଦୀର୍ଘଦିନ ହେଲା ଏହି ଅଞ୍ଚଳକୁ ବିଭିନ୍ନ ସମୟରେ ଏକ ଦନ୍ତା ଆସି ଗାଁ ଗାଁରେ ପଶି ବ୍ୟାପକ କ୍ଷୟକ୍ଷତି କରୁଛି । ଏ ନେଇ ସୁବଳୟା ରେଞ୍ଜ ଅଧିକାରୀ ଶିବ ପ୍ରସାଦ ନାଏକଙ୍କୁ ଯୋଗାଯୋଗ କରିବାରୁ କହିଛନ୍ତି ଯେ, ବନ ବିଭାଗ କର୍ମଚାରୀ କ୍ଷୟକ୍ଷତିର ଆକଳନ କରଛନ୍ତି। ଖୁବଶୀଘ୍ର କ୍ଷତିପୂରଣ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri