ଘାଟି ରାସ୍ତାରେ ଦୁର୍ଘଟଣା: ୧୦ ଆହତ

ବାଙ୍ଗିରିପୋଷି,୨୮ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ଏକ ଟେମ୍ପୋ ଓ କାର୍‌ ମଧ୍ୟରେ ଧକ୍କା ହେବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଏକ କାର୍‌ ମୁମ୍ବାଇରୁ ପଶ୍ଚିମବଙ୍ଗର ମେଦିନିପୁର ଅଭିମୁଖେ ଯାଉଥିବା ବେଳେ ଦ୍ୱାରଶୁଣୀ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଗୋଟିଏ ଟେମ୍ପୋକୁ ଧକ୍କା ଦେଇଥିଲା । ଟେମ୍ପୋଟି ବାଙ୍ଗିରିପୋଷିରୁ ବିଶୋଇ ଅଞ୍ଚଳର ନୂଆଡିହିକୁ ୪ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା ।

ଟେମ୍ପୋ ଚାଳକ ଶିବଶଙ୍କର ବେହେରାଙ୍କ ସହ ଟେମ୍ପୋ ମଧ୍ୟରେ ବସିଥିବା ବିଜୟ ଗିରି ଗୁରୁତର ଆହତ ହୋଇଥିଲେ। ସେହିପରି ସଞ୍ଜୟ ଗିରି, ଅପରାଜିତା ଗିରି, ଆୟୁସ ଗିରି ପ୍ରମୁଖ ଆହତ ହୋଇଛନ୍ତି। ସେହିପରି କାରରେ ଥିବା ଚାଳକ ପାଲି ଭୂଅଁାନିଙ୍କ ସହ ଗୌତମ ମାଘି, ରାହୁଲ ମାଘି, ପ୍ରଭା ମାଘି,ତନୁଜା ମାଘି ଆହତ ହୋଇଥିଲେ। ଖବରପାଇ ବାଙ୍ଗିରିପୋଷି ଦମକଳ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିସତ୍ା ପାଇଁ ଭର୍ତ୍ତି କରାଇଥିଲେ। ଗୁରୁତର ଆହତଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri