ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫-୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି ସୃଷ୍ଟି କଲାଣି। ନିକଟରେ ରାଜଧାନୀ ଦିଲ୍ଲୀରେ ଅତ୍ୟଧିକ ବାୟୁ ପ୍ରଦୂଷଣକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚା ହୋଇଥିଲା। କେବଳ ଦିଲ୍ଲୀ ନୁହେଁ ଦେଶର ୧୦୨ଟି ସହର ପ୍ରଦୂଷଣର ବିଷାକ୍ତ ବଳୟ ମଧ୍ୟକୁ ଚାଲି ଯାଇଛି। ଓଡ଼ିଶାର କେତେକ ସହର ମଧ୍ୟ ଏଥିରୁ ବାଦ ପଡ଼ି ନାହାନ୍ତି। ଯାନବାହନ, ଶିଳ୍ପାଞ୍ଚଳ, କଠିନ ବର୍ଜ୍ୟବସ୍ତୁ ପୋଡ଼ିବା ପରେ ସେଥିରୁ ନିର୍ଗତ ଧୂଆଁ ଯୋଗୁ ସହରାଞ୍ଚଳରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଛି। ରାଜ୍ୟର ଭୁବନେଶ୍ୱର ସମେତ କଟକ, ଅନୁଗୋଳ, ତାଳଚେର, ବାଲେଶ୍ୱର ଏବଂ ରାଉରକେଲା ଆଦି ୬ଟି ସହର ପ୍ରଦୂଷଣ ଜ୍ୱଳାରେ ଛଟ ପଟ ହେଉଛି। ସେଣ୍ଟର ଫର ସାଇନ୍ସ ଆଣ୍ଡ ଏନଭାଇରନ୍‌ମେଣ୍ଟ ଦ୍ୱାରା କରାଯାଇଥିବା ସର୍ଭେରୁ ଏଭଳି ତଥ୍ୟ ପଦାକୁ ଆସିଛି।
ସମଗ୍ର ଦେଶରେ ସହରାଞ୍ଚଳର ପରିବେଶକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର କିମ୍ବା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼(ଏସ୍‌ପିସିବି) ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନେଉ ନ ଥିବାରୁ ଗୋଟିଏ ପରେ ଗୋଟିଏ ସହର ପ୍ରଦୂଷଣ ବଳୟ ଭିତରକୁ ଚାଲି ଯାଉଛି। ସାଧାରଣତଃ ବାୟୁରେ ୧୦ମାଇକ୍ରନରୁ କମ୍‌ ଧୂଳିକଣା ଓ ପ୍ରଦୂଷିତ ଦ୍ରବ୍ୟ ରହିବା କଥା। ମାତ୍ର ଏହି ସହରାଞ୍ଚଳଗୁଡ଼ିକରେ ଯଥେଷ୍ଟ ଅଧିକ ରହିଛି। ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ହାର ୩୬ ପ୍ରତିଶତ ଅଧିକ
ଘାତକ ହେଉଛି …
ଥିବାବେଳେ ଅନୁଗୋଳ ୨୮, କଟକ ୨୭, ରାଉରକେଲା ୪୧ ଏବଂ ତାଳଚେର ୪୫ ପ୍ରତିଶତ ରହିଛି। ସ୍ମାର୍ଟସିଟି ଭୁବନେଶ୍ୱର ଯାନବାହନ ଜନିତ ପ୍ରଦୂଷଣରେ ଅଣନିଃଶ୍ୱାସୀ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ୨୦୦୫ରୁ ୨୦୧୭ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୨୭୨ପ୍ରତିଶତ, କଟକ ୧୫୯, ଅନୁଗୋଳ ୧୫୨, ଭୁବନେଶ୍ୱର ୧୧୮ ଏବଂ ରାଉରକେଲାରେ ୮୦ ପ୍ରତିଶତ ଯାନବାହନ ପଞ୍ଜୀକୃତ ହୋଇଛି।
ସହରାଞ୍ଚଳରେ ପ୍ରଦୂଷଣ ମାତ୍ରାକୁ ହ୍ରାସ କରିବା ପାଇଁ ଏକ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିବାକୁ ଏନ୍‌ଜିଟି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳର ପରିବେଶ ସୁଧାରିବା ପାଇଁ ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ୬ମାସ ମଧ୍ୟରେ ରିପୋର୍ଟ ଦେବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ସହରାଞ୍ଚଳଗୁଡ଼ିକର ବାୟୁ ପ୍ରଦୂଷଣ ମାତ୍ରା କିପରି ହ୍ରାସ କରାଯାଇପାରିବ ସେ ନେଇ ରାଜ୍ୟ ସରକାର ଏକ ସମନ୍ବିତ ସ୍ବଚ୍ଛ ବାୟୁ ଆକ୍ସନ ପ୍ଲାନ(କମ୍ପ୍ରହେନସିଭ କ୍ଲିନ ଏୟାର ଆକ୍ସନ ପ୍ଲାନ) ପ୍ରସ୍ତୁତ କରିଛନ୍ତି। ଏଥିରେ ରାଜ୍ୟ ପରିବହନ ବିଭାଗ, ଶିଳ୍ପ, କୃଷି, ଖଣି ଓ ଇସ୍ପାତ, ଗୃହନିର୍ମାଣ ଓ ନଗର ଉନ୍ନୟନ ଭଳି ଅନ୍ୟାନ୍ୟ ବିଭାଗକୁ ସାମିଲ କରାଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ପାଇଁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ତୁଲାଇବ। ରାଜ୍ୟ ସରକାରଙ୍କ ପକ୍ଷରୁ ସେଣ୍ଟର ଫର ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ ଏହି ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ଦ୍ୱାରା ଏହାକୁ ଅନୁମୋଦନ କରାଯାଇଛି। ଆକ୍ସନ ପ୍ଲାନ କିଭଳି କାର୍ଯ୍ୟକାରୀ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟରେ ବିଭାଗ ଗୁଡ଼ିକୁ ନେଇ କର୍ମଶାଳାର ଆୟୋଜନ କରାଯିବ।
ପ୍ରଦୂଷିତ ବାୟୁମଣ୍ଡଳକୁ ସାମାନ୍ୟ ସ୍ତରକୁ ଆଣିବା ପାଇଁ ଶିଳ୍ପାଞ୍ଚଳ ଓ ଯାନବାହନ ଜନିତ ପ୍ରଦୂଷଣ ରୋକିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ସହରାଞ୍ଚଳ ନିକଟରେ ଥିବା ଅତି ପ୍ରଦୂଷିତ ଶିଳ୍ପାନୁଷ୍ଠାନଗୁଡ଼ିକୁ ସ୍ଥାନାନ୍ତର କରିବା, ସର୍ବସାଧାରଣ ପରିବହନ ସେବାରେ ସଂସ୍କାର ଆଣିବା ଉପରେ ଯଥେଷ୍ଟ ଧ୍ୟାନ ଦିଆଯିବ। ଯାନବାହନରୁ ବାହାରୁଥିବା ଧୂଆଁ ବର୍ଜ୍ୟବସ୍ତୁ ପରିଚାଳନା, କୋଠାବାଡ଼ି ନିର୍ମାଣ ଯୋଗୁ ହେଉଥିବା ପ୍ରଦୂଷଣ ଇତ୍ୟାଦିକୁ ରୋକିବା ଲାଗି ପଦକ୍ଷେପ ନିଆଯିବ। ରାଉରକେଲା, ତାଳଚେର ଏବଂ ଅନୁଗୋଳ ଶିଳ୍ପାଞ୍ଚଳ ସହରରେ ପ୍ରଦୂଷଣ ରୋକିବାକୁ ଏକ ବଡ଼ ଆହ୍ବାନ। ସେହି ସବୁ ସହରରେ ପିଏମ୍‌(ପାର୍ଟିକୁଲେଟ ମ୍ୟାଟର)-୧୦ ରହିଛି। ଏହାକୁ ୧୪ରୁ ୧୫ ପ୍ରତିଶତ ହ୍ରାସ କରିବାକୁ ପଡ଼ିବ। ସେହିପରି ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ବାୟୁ ପ୍ରଦୂଷଣ ପିଏମ-୧୦କୁ ୨୭ରୁ ୩୬ ପ୍ରତିଶତ କୁ ହ୍ରାସ କରିବା ନେଇ ଆକ୍ସନ ପ୍ଲାନରେ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ସମୟରେ ଏହାକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ଦିଗରେ ସମସ୍ତ ବିଭାଗ ଉଦ୍ୟମ କରିବା ଆବଶ୍ୟକ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବିଭାଗଗୁଡ଼ିକୁ ନେଇ ମଙ୍ଗଳବାର ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ୍‌ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri