Posted inଜାତୀୟ

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩ ଜଣଙ୍କ ଜୀବନ ଯାଇଛି। ଏହାସହ ଶତାଧିକ ବିକ୍ଷୋଭକାରୀ ଆହତ ହୋଇଛନ୍ତି। ଏହା ପୂର୍ବରୁ ଉତ୍ତର-ପୂର୍ବାଞ୍ଚଳ ଓ ପଶ୍ଚିମବଙ୍ଗରେ ସିଏଏ ବିରୋଧୀ ନିଆଁ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁର କାରଣ ହୋଇଛି। କେନ୍ଦ୍ରର ଏହି ବିବାଦୀୟ ଆଇନ ପ୍ରତ୍ୟାହାରରେ ଆନ୍ଦୋଳନରତ ଲୋକଙ୍କ ଉପରେ ପୋଲିସର ଏଭଳି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।
ସିଏଏ ପ୍ରତ୍ୟାହାର ଦାବିରେ ମାଙ୍ଗାଲୁରୁରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ପୋଲିସ ସହ ସେମାନଙ୍କ ସଂଘର୍ଷ ହୋଇଥିଲା। ଏଥିରେ ୨୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ଜବାବୀ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଇ ବିକ୍ଷୋଭକାରୀଙ୍କ ଉପରେ ଗୁଳି ଚଳାଇବାକୁ ବାଧ୍ୟ ହୋଇଥିଲା ବୋଲି ମାଙ୍ଗାଲୁରୁ ସିଟି ପୋଲିସ କମିଶନର ପି.ଏସ୍‌. ହର୍ଷ କହିଛନ୍ତି। ପୋଲିସ ଗୁଳିରେ ଗୁରୁତର ହୋଇଥିବା ୨ ବିକ୍ଷୋଭକାରୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବାବେଳେ ଉଭୟଙ୍କ ମୃତ୍ୟୁ ଘଟିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ନ୍ୟସ୍ତସ୍ବାର୍ଥ ବ୍ୟକ୍ତିମାନେ କର୍ନାଟକରେ ଶାନ୍ତି ଓ ସହାବସ୍ଥାନ ଭଙ୍ଗ କରିବା ଲାଗି ଗୁଜବ ସୃଷ୍ଟି କରୁଥିବା ସେ ସମାଲୋଚନା କରିଛନ୍ତି। ସେହିପରି ଲକ୍ଷ୍ନୌର ପରିବର୍ତ୍ତନ ଚୌକରେ ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଟେକାମାଡ଼ କରି ଯାନବାହନ ଜାଳିଦେଇଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ବିକ୍ଷୋଭକାରୀ ନ ମାନିବାରୁ ପୋଲିସ ଗୁଳି ଚଳାଇଥିଲା। ଗୁଳିମାଡ଼ରେ ଜଣେ ବିକ୍ଷୋଭକାରୀ ଟଳିପଡ଼ିଛନ୍ତି। ସମ୍ପୃକ୍ତ ବିକ୍ଷୋଭକାରୀଙ୍କୁ ଗୁରୁତର ଅବସ୍ଥାରେ କେଜିଏମ୍‌ୟୁ ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଇଛନ୍ତି। ତେବେ ଗୁଳିମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ବିଷୟକୁ ଉତ୍ତରପ୍ରଦେଶ ପୋଲିସ ଡିଜି ଓମ୍‌ପ୍ରକାଶ ସିଂ ଖଣ୍ଡନ କରିଛନ୍ତି। ଇତିମଧ୍ୟରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି. କିଷନ ରେଡ୍ଡୀ କହିଛନ୍ତି, ବିକ୍ଷୋଭକାରୀ ବା ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ଉପରେ କେହି ବଳପ୍ରୟୋଗ କରିବା ଅନୁଚିତ। ପୋଲିସ ଲାଠି କିମ୍ବା ଅନ୍ୟ କୌଣସି ଅସ୍ତ୍ର ବ୍ୟବହାର ନ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri