ଘାସ ଉପରେ ଖାଲି ପାଦରେ ଚାଲିଲେ ମିଳିବ ଅନେକ ଫାଇଦା

ଶରୀରକୁ ସୁସ୍ଥ ରଖିବାକୁ କିଏ କେତେ ଉପାୟ ଆପଣାଉଛନ୍ତି। କିଏ ଓ୍ବର୍କ ଆଉଟ୍‌ କରୁଛି ତ ପୁଣି କିଏ ଡାଏଟିଂ। ହେଲେ ସକାଳୁ ଖାଲି ପାଦରେ ଯେଉଁମାନେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନେ ନିଜକୁ ଅନ୍ୟମାନଙ୍କଠାରୁ ଅଧିକ ସୁସ୍ଥ ରଖିପାରୁଛନ୍ତି। କାରଣ ସକାଳୁ ଖାଲି ପାଦରେ ଘାସରେ ଚାଲିବା ସମୟରେ ଦେହରେ ପଡୁଥିବା ସୂର୍ଯ୍ୟକିରଣ  ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ ବୋଲି ଗବେଷକମାନେ କହିଛନ୍ତି।
-ଶୀତଦିନେ ଖାଲି ପାଦରେ ସକାଳେ ଘାସ ଉପରେ ଚାଲିଲେ ଶରୀରର ତାପମାତ୍ରା ନିୟନ୍ତ୍ରଣରେ ରହିଥାଏ। ଏହାଦ୍ୱାରା ଥଣ୍ଡା ସର୍ଦ୍ଦି ଭଳି ସମସ୍ୟା ସହଜରେ ଦୂରେଇ ଯାଇଥାଏ।
-ଖାଲି ପାଦରେ ଘାସରେ ଚାଲିଲେ ଏହା ଆକ୍ୟୁପ୍ରେସର ଭଳି କାମ ଦେଇଥାଏ। ହାତ ଗୋଡ ସହ ଶରୀରର ସମସ୍ତ ଶିରା ପ୍ରଶିରା ଯୋଡି ହୋଇଥିବାରୁ ଚାଲିବା ବେଳେ ପାଦରେ ଚାପ ପଡିଥାଏ। ଫଳରେ ରକ୍ତ ସଞ୍ଚାଳନ ଠିକ୍‌ ହେବା ସହ ହୃଦ୍‌ଘାତ ହେବାର ଆଶଙ୍କା କମିଥାଏ। ଏପରିକି ହାର୍ଟରେ ବ୍ଲକେଜ୍‌ ହେବା ସମସ୍ୟା ମଧ୍ୟ ଦୂରେଇ ଯାଇଥାଏ।
-ଏହାଦ୍ୱାରା ମାଂସପେଶୀ ସକ୍ରିୟ ହେବା ସହିତ ଏହାସହ ଜଡିତ ସମସ୍ତ ସମସ୍ୟାର ସମାଧାନ ହୋଇଥାଏ।
-ଯେଉଁମାନେ ନିୟମିତ ଖାଲି ପାଦରେ ସବୁଜ ଘାସ ଉପରେ ଚାଲୁଛନ୍ତି ସେମାନଙ୍କ ନିକଟରେ ଚିନ୍ତା, ନିଦ୍ରାହୀନତା, ଆଥର୍‌ରାଇଟିସ୍‌, ଆଜ୍‌ମା ଏବଂ ଅଷ୍ଟିଓପୋରୋସିସ୍‌ ଭଳି ସମସ୍ୟା ଦେଖାଦେଇ ନ ଥାଏ।
-ବଡ କଥା ହେଉଛି ଘାସ ଉପରେ ଚାଲିଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri