ଘୁଙ୍ଗିନାଳ ଉପରେ ୪ଫୁଟର ପାଣି, ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବଚ୍ଛିନ୍ନ

ବୀରମହାରାଜପୁର, ୨୯।୭ (ଡି.ଏନ.ଏ.): ରବିବାର ରାତିରେ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପାନ୍ତ ଅଞ୍ଚଳର ବିଭିନ୍ନ ଯୋର ଓ ନାଳରେ ବଢ଼ିପାଣି ଆସିଛି। ଏଥିଯୋଗୁ ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ଲକର ଭୁତିଆପାଲି ଓ ଲୁତୁରପଙ୍କ ମଝିରେ ଥିବା ଘୁଙ୍ଗିନାଳ ଉପରେ ପ୍ରାୟ ୪ ଫୁଟର ପାଣି ପ୍ରବାହିତ ହେଉଛି। ଫଳରେ ବୀରମହାରାଜପୁର-ଅମରପାଲି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିପାଇଁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୋମବାର ଛାତ୍ରୀଛାତ୍ରମାନେ ଭୁତିଆପାଲି ଓ ବୀରମହାରାଜପୁର କଲେଜକୁ ଯାଇ ନ ପାରି ଫେରିଯାଇଥିତ୍ଲେ। ଉକ୍ତ ରାସ୍ତାଦେଇ ମୁର୍ଷୁଣ୍ଢୀରୁ ସମ୍ବଲପୁରକୁ ଯାଉଥିବା ବସ୍‌ ଓ ସମ୍ବଲପୁରରୁ ମୁର୍ଷୁଣ୍ଢୀକୁ ଆସୁଥିବା ବସ୍‌ ସମେତ ଅନେକ ଗାଡ଼ିମୋଟର ପାରି ହୋଇ ନ ପାରି ଉଭୟ ପାର୍ଶ୍ୱରେ ଅପେକ୍ଷା କରିଥିବା ଦେଖିବାକୁ ମିଳିଛି। ଏହି ପୋଲ ଉପରେ ପ୍ରତିବର୍ଷ ଟିକିଏ ବର୍ଷା ହେଲେ ପାଣି ଆସି ଯୋଗାଯୋଗ ବିଚ୍ଛିନ୍ନ ହୋଇଥାଏ। ତେଣୁ ଏହାକୁ ଅଧିକ ଉଚ୍ଚତା କରିବାକୁ ଦାବି ହେଉଛି। ଏହା ସହ ଖଣ୍ଡହତା-ବୀରମହାରାଜପୁର ରାସ୍ତାର ଚୌକାଠାରେ ମଧ୍ୟ ଏହି ଘୁଙ୍ଗିନାଳ ଉପର ଦେଇ ପାଣି ଯାଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଉଭୟ ପୋଲରେ ପାଣି ଯାଉଥିବାରୁ ଦୁର୍ଜନତୈଲା, ବହଳପଦର, ଲୁତୁରପଙ୍କ, ଖଣ୍ଡହତା, ମୁର୍ଷୁଣ୍ଢୀ ସମେତ ରେଢ଼ାଖୋଲ ବ୍ଲକର ବୀରମହାରାଜପୁର ଉପରେ ନିର୍ଭର କରୁଥିବା ପ୍ରାୟ ୫-୬ଟି ପଞ୍ଚାୟତର ଲୋକେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri