ଘୁଞ୍ଚିଲା ହାଇକୋର୍ଟ ବାର୍‌ ନିର୍ବାଚନ

କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ସମସ୍ତ ବାର୍‌ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମସ୍ତ ବାର୍‌କୁ ଏନେଇ ଅବଗତ କରାଯାଇଛି। ମାର୍ଚ୍ଚ ୨୮ତାରିଖରେ ରାଜ୍ୟର ସମସ୍ତ ବାର୍‌ରେ ନିର୍ବାଚନ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ବିଜ୍ଞପ୍ତି ଆଧାରରେ ବିଭିନ୍ନ ବାର୍‌ରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବିଭିନ୍ନ ବାର୍‌ରେ ପ୍ରାର୍ଥତ୍ପତ୍ର ଦାଖଲ ହେବା ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ମଧ୍ୟ ସରିଥିଲା। ଏପରି କି ପ୍ରାର୍ଥୀମାନେ ନିଜ ପ୍ରଚାରକୁ ଜୋର୍‌ଦାର କରିଥିଲେ। କିନ୍ତୁ ସମ୍ପ୍ରତି କରୋନା ଭୂତାଣୁକୁ ନେଇ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖିବା ଲାଗି ବିଭିନ୍ନ ବାର୍‌ ପକ୍ଷରୁ ଅନୁରୋଧ କରାଯାଇଥିଲା। ଉକ୍ତ ଅନୁରୋଧକୁ ଗ୍ରହଣ କରି ଆଡଭୋକେଟ୍‌ ଜେନେରାଲ ତଥା ଆଇନଜୀବୀ ପରିଷଦର ସ୍ବତନ୍ତ୍ର କମିଟିର ଅଧ୍ୟକ୍ଷ ଅଶୋକ ପରିଜା, ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ମାନସ ମହାପାତ୍ର ଏବଂ ଅଜୟ କୁମାର ବରାଳ ଏହି ନିଷ୍ପତ୍ତି ନେଇଛନ୍ତି । ପ୍ରତ୍ୟେକ ବାର୍‌ ପାଇଁ ନିଯୁକ୍ତ ନିର୍ବାଚନ ଅଧିକାରୀ ଦାଖଲ ହୋଇଥିବା ପ୍ରାର୍ଥତ୍ପତ୍ର ସହ ଭୋଟରଙ୍କ ତାଲିକାକୁ ବାର୍‌ ଆସୋସିଏଶନ୍‌ ଅଫିସ୍‌ରେ ବାର୍‌ ସଭାପତି, ସମ୍ପାଦକଙ୍କ ଦସ୍ତଖତରେ ସିଲଡ୍‌ ବକ୍ସରେ ରଖିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri