Posted inଖେଳ

ଘୁଞ୍ଚିଲା ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ

ନୂଆଦିଲ୍ଲୀ,୨ା୩- ଚାଇନାରୁ ସୃଷ୍ଟ କରୋନା ଭାଇରସ ଯୋଗୁ ବହୁ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ବାତିଲ କିମ୍ବା ସ୍ଥାନାନ୍ତର ହୋଇସାରିଛି। ସଦ୍ୟ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ଭାବେ ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ ପ୍ରଭାବିତ ହୋଇଛି। ସମ୍ମାନଜନକ ଆଜଲାନ ଶାହ କପ୍‌ ହକି ଟୁର୍ନାମେଣ୍ଟ ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ଏପ୍ରିଲରେ ଖେଳାଯିବାର ଥିଲା। ମାତ୍ର ଏହାକୁ ସୋମବାର ସେପ୍ଟେମ୍ବରକୁ ଘୁଞ୍ଚାଇ ଦିଆଯାଇଛି। ଏହି ଇଭେଣ୍ଟର ୨୯ତମ ସଂସ୍କରଣ ମାଲେସିଆର ଇପୋଟଠାରେ ଏପ୍ରିଲ ୧୧ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଥିଲା। ବର୍ତ୍ତମାନ ଏହି ଇଭେଣ୍ଟ ସେପ୍ଟେମ୍ବର ୨୪ରୁ ଅକ୍ଟୋବର ୩ତାରିଖ ପର୍ଯ୍ୟନ୍ତ ଖେଳାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଖେଳାଳି ଓ ଅଫିସିଆଲଙ୍କ ସ୍ବାର୍ଥକୁ ଦୃଷ୍ଟି ରଖି ଆଜଲାନ ଶାହ କପ୍‌ ପୁରୁଷ ହକି ଟୁର୍ନାମେଣ୍ଟର ୨୯ତମ ସଂସ୍କରଣକୁ ସ୍ଥଗିତ ରଖାଯାଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌), ଏସିଆ ହକି ଫେଡେରେଶନ(ଏଏଚ୍‌ଏଫ୍‌), ମାଲେସିଆ ହକି କନ୍‌ଫେଡେରେଶନ (ଏମ୍‌ଏଚ୍‌ସି) ଓ ଅଂଶଗ୍ରହଣକାରୀ ଦଳଗୁଡ଼ିକ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଆୟୋଜକ କମିଟି ମୁଖ୍ୟ ଡାଟୋ ହାଜି ରହିମ ବିନ୍‌ ମହମ୍ମଦ କହିଛନ୍ତି। ଇଭେଣ୍ଟ ତାରିଖରେ ପରିବର୍ତ୍ତନ ନେଇ ଆୟୋଜକ କମିଟି କ୍ଷମାପ୍ରାର୍ଥନା କରିଛି। ପ୍ରତ୍ୟେକ ବର୍ଷ ଅନୁଷ୍ଠିତ ହେଉଥିବା ଆଜଲାନ ଶାହ ହକି ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ, କାନାଡା, ଜାପାନର, ଆୟୋଜକ ମାଲେସିଆ, ପାକିସ୍ତାନ ଓ ଦକ୍ଷିଣ କୋରିଆ ଅଂଶଗ୍ରହଣ କରନ୍ତି। ଅଷ୍ଟ୍ରେଲିଆ ସର୍ବାଧିକ ୧୦ଥର ଚାମ୍ପିୟନ ହୋଇଥିବାବେଳେ ଭାରତ ୪ ଥର ଚାମ୍ପିୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri