ଘୁଞ୍ଚିଲା ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି

ଭୁବନେଶ୍ୱର, ୨୪।୪(ବ୍ୟୁରୋ)- ବରିଷ୍ଠ ବିଜେଡି ନେତା ତଥା ପିପିଲି ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି ବୁଧବାର ସ୍ବତନ୍ତ୍ର ପ୍ରାଧିକୃତ କୋର୍ଟରେ ହୋଇଥିଲା। ମାତ୍ର ମତଦାନ କାର୍ଯ୍ୟରେ ବ୍ୟସ୍ତ ଥିବା ଦର୍ଶାଇ ମହାରଥୀଙ୍କ ଆକ୍ରମଣ ମାମଲାର ତଦନ୍ତକାରୀ ଅଧିକାରୀ ତାଙ୍କର କେସ୍‌ ଡାଏରୀ ଓ ଇନ୍‌ଜୁରି ରିପୋର୍ଟ କୋର୍ଟରେ ଦାଖଲ କରିପାରି ନ ଥିଲେ। ଏ ସଂକ୍ରାନ୍ତରେ ତଦନ୍ତକାରୀ ଅଧିକାରୀ କୋର୍ଟଙ୍କୁ ଅବଗତ କରାଇବା ସହ ସମୟ ମାଗିଥିଲେ। କୋର୍ଟ ଏହାକୁ ଗ୍ରହଣ କରି ଆସନ୍ତା ୨୭ ତାରିଖକୁ ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ମହାରଥୀ ବିଚାର ବିଭାଗୀୟ ହେପାଜତରେ ରହିବେ। ମାତ୍ର ଅସୁସ୍ଥତା କାରଣରୁ ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲର ନର୍ସିଂ ହଲ୍‌  ୫ ନମ୍ବର ଓ୍ବାର୍ଡରେ ଚିକିତ୍ସାଧୀନ ଅଛନ୍ତି।

ସୂଚନା ମୁତାବକ, ରବିବାର ମହାରଥୀଙ୍କ ପିପିଲିସ୍ଥିତ ଫାର୍ମ ହାଉସ୍‌ରେ ଭୋଜି ସହ ଟଙ୍କା ବଣ୍ଟାଯାଉଥିବା ଖବର ମିଳିବା ପରେ ରାତି ପ୍ରାୟ ୧୧ଟା ୪୫ରେ ଫ୍ଲାଇଂ ସ୍କ୍ବାଡ୍‌ ଓ ଷ୍ଟାଟିକ୍‌ ସର୍ଭେଲାନ୍ସ ଟିମ୍‌ (ଏସ୍‌ଏସ୍‌ଟି) ଚଢାଉ କରିଥିଲା। ଏହି ସମୟରେ ଫ୍ଲାଇଂ ସ୍କ୍ବାଡ୍‌ ମାଜିଷ୍ଟ୍ରେଟ୍‌ ରବିନାରାୟଣ ପାତ୍ର, ପିପିଲି ଥାନା ଏଏସ୍‌ଆଇ ବିନୟ କୁମାର ଦାସ ଓ ଡ୍ରାଇଭର ଦୀପକଙ୍କ ସମେତ ୫ଜଣଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏନେଇ ଲିଖିତ ଅଭିଯୋଗ ପରେ ପିପିଲି ପୋଲିସ ସୋମବାର ପୂର୍ବାହ୍ନ ୧୧ଟାରେ ମହାରଥୀଙ୍କୁ ଗିରଫ କରିଥିଲା। ସ୍ଥାନୀୟ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ପିପିଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇଥିଲା। ବିଚାର ଚାଲିଥିବାବେଳେ ସେ ଅସୁସ୍ଥ ହୋଇପଡିବାରୁ କୋର୍ଟଙ୍କ ଅନୁମତିକ୍ରମେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟକୁ ଅଣାଯାଇଥିଲା। ଆଡିଶନାଲ ସେସନ୍ସ ଜଜ୍‌-୩ ଅରୁଣ କୁମାର ମଲ୍ଲିକ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୨୪ ତାରିଖ ବୁଧବାରକୁ ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?