Posted inଜାତୀୟ

ଘୁଞ୍ଚି ଘୁଞ୍ଚି ଯାଉଛି ଫାଶୀ ଦଉଡ଼ି: ସୁପ୍ରିମ୍‌କୋର୍ଟ ପରେ ଏବେ ନିର୍ବାଚନ କମିଶନଙ୍କୁ ଆବେଦନ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ତାରିଖ ଘୁଞ୍ଚି ଘୁଞ୍ଚି ଚାଲିଛି। ଇତିମଧ୍ୟରେ ୩ ଥର ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ତେବେ ଦୋଷୀ ଫାଶୀରୁ ରକ୍ଷା ପାଇବା ପାଇଁ ବିଭିନ୍ନ ଆଇନଗତ ବିକଳ୍ପର ସାହାରା ନେବାରେ ଲାଗିଛନ୍ତି। ଅକ୍ଷୟ ସିଂ ଠାକୁର, ମୁକେଶ ସିଂ, ପଓ୍ବନ କୁମାର ଗୁପ୍ତାଙ୍କ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ। ତେବେ ବିନୟ କୁମାର ଶର୍ମାଙ୍କ ପାଖରେ ରାଜକ୍ଷମା ଏବଂ କ୍ୟୁରେଟିଭ୍‌ ପିଟିଶନ ବିକଳ୍ପ ରହିଛି। ବିନୟ ଶର୍ମା ସୁପ୍ରିମ୍‌କୋର୍ଟ ପରେ ଏବେ ନିର୍ବାଚନ କମିଶନଙ୍କୁ ଆବେଦନ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଖାରଜ ହୋଇଥିବା ତାଙ୍କର ରାଜକ୍ଷମା ସମ୍ପୂର୍ଣ୍ଣ ଅଣ-ସାମ୍ବିଧାନିକ। ରାଜକ୍ଷମା ଖାରଜ ପାଇଁ ୨୯ ଜାନୁୟାରୀରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କ ଦ୍ୱାରା ଏକ ଆବେଦନ ଦାଖଲ ହୋଇଥିଲା। ସେ ସମୟରେ ସତ୍ୟେନ୍ଦ୍ର ନା ମନ୍ତ୍ରୀ ପଦରେ ଥିଲେ ଅବା ବିଧାୟକ ଥିଲେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ଏଭଳି ସେ ରାଷ୍ଟ୍ରପତିଙ୍କ ନିକଟରେ ଏଭଳି ଆବେଦନ କରିପାରିବେ ନାହିଁ। ବିନୟଙ୍କ ଆବେଦନ ଆଇନଜୀବୀ ଏ.ପି. ସିଂ ନିର୍ବାଚନ କମିଶନଙ୍କ ନିକଟରେ କରିଛନ୍ତି। ଏହାର ବିଚାର କରିବା ପାଇଁ ସେ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri