ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ବୁଧବାର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଭାପତି ନୀଳାଞ୍ଚଳ ମୁନି ଅଧ୍ୟକ୍ଷତା କରିଥିଲେ। ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ଼.ମନ୍ମଥ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତ୍ତିବାସ ବିଶ୍ୱାଳ ପ୍ରଥମ ଅଧବେଶନରେ ନିଜ ସନ୍ଦର୍ଭ ପାଠ କରିଥିଲେ। ଏହି ଅବସରରେ ଡ.ପ୍ରଦୀପ କୁମାର ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉପଦେଷ୍ଟା ଡ. ଶ୍ୟାମାପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସମ୍ପାଦକ ତପନ ମିଶ୍ର ବିବରଣୀ ପାଠ କରିଥିଲେ। ଲୋକନାଥ ମହାନ୍ତି ଓ ସାଥୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଦ୍ୱିତୀୟ ଅଧିବେଶନରେ ଡ.ସନ୍ତୋଷ କୁମାର ଆପଟ୍ଟ ଅଧ୍ୟକ୍ଷତା କରିଥିଲେ। ତୃତୀୟ ଅଧିବେଶନରେ ଦାମୋଦର ଷଡ଼ଙ୍ଗୀ ଅଧ୍ୟକ୍ଷତା କରିଥିଲେ। ଉଦ୍‌ଯାପନୀ ସଭାରେ ଓଡ଼ିଶା ଇତିହାସ କଂଗ୍ରେସର ପୂର୍ବତନ ସଭାପତି ଡ.ଶିବ ପ୍ରସାଦ ଦାସ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଡ.ସୁବାସ ଚନ୍ଦ୍ର ପ୍ରଧାନ, ନେତାଜୀ ବିଷୋୟୀ, ଶିରିଷ କୁମାର ଷଡ଼ଙ୍ଗୀ, ଦେବେନ୍ଦ୍ର କୁମାର ରଥ, ବିପିନ ବିହାରୀ ପାଢ଼ୀ, ଜୟଦେବ ଗୌଡ଼, ଗୁରୁମୂର୍ତ୍ତି ନାୟକ, ଅଶୋକ ସ୍ବାଇଁ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଡ. ରବୀନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri