Posted inଜାତୀୟ

‘ଘୃଣା, ହିଂସା ବିକାଶର ଶତ୍ରୁ’

ନୂଆଦିଲ୍ଲୀ,୫ା୩(ପି.ଟି.): ଘୃଣା ଓ ହିଂସା ବିକାଶର ଶତ୍ରୁ। ଦେଶରେ ବିସ୍ତାର କରାଯାଉଥିବା ବିଭାଜନବାଦୀ ନୀତିରୁ ‘ଭାରତମାତା’ର କ୍ଷତି ସାଧିତ ହେବ ବୋଲି ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। କଂଗ୍ରେସ ପ୍ରତିନିଧି ଦଳ ସହ ଉତ୍ତର-ପୂର୍ବ ଦିଲ୍ଲୀର ଦଙ୍ଗା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାବେଳେ ରାହୁଲ ଏଭଳି ମତ ଦେଇଛନ୍ତି।
ପକ୍ଷରୁ ଦୁଇଟି ସ୍ବତନ୍ତ୍ର ପ୍ରତିନିଧି ଦଳ ଉତ୍ତର-ପୂର୍ବ ଦିଲ୍ଲୀର ଦଙ୍ଗା ଅଞ୍ଚଳ ବୁଲିଛନ୍ତି। ରାହୁଲଙ୍କ ନେତୃତ୍ୱରେ ଗଠିତ ଦଳରେ କେ.ସି. ବେଣୁଗୋପାଳ, ଅଧୀର ରଞ୍ଜନ ଚୌଧୁରୀ, କେ. ସୁରେଶ, ମୁକୁଲ ଓ୍ବାସନିକ୍‌, କୁମାରୀ ସେଲ୍‌ଜା, ଗୌରବ ଗୋଗୋଇ ଓ ରଣୀଦପ ସୁର୍ଜଓ୍ବୋଲା ସାମିଲ ଥିଲେ। ଏହି ପ୍ରତିନିଧି ଦଳ ଦଙ୍ଗାକାରୀମାନେ ପୋଡ଼ିଦେଇଥିବା ବ୍ରିଜ୍‌ପୁରୀସ୍ଥିତ ଅରୁଣ ମଡର୍ନ ପବ୍ଲିକ୍‌ ସିନିୟର ସେକେଣ୍ଡାରି ସ୍କୁଲ ପରିଦର୍ଶନ କରିଥିଲେ। ଏହି ଅବସରରେ ରାହୁଲ କହିଥିଲେ, ଏହି ୩୨ ବର୍ଷ ପୁରୁଣା ସ୍କୁଲ ହେଉଛି ଭାରତର ଭବିଷ୍ୟତ। ଘୃଣା ଓ ହିଂସା ଏହାକୁ ଧ୍ୱଂସ କରିଦେଇଛି। ଏଥିରେ କେହି ଲାଭ ପାଇନାହାନ୍ତି। ହିଂସା ଓ ଘୃଣା ବିକାଶର ଶତ୍ରୁ। ପରେ ସେମାନେ ସ୍କୁଲ ନିକଟସ୍ଥ ଦଙ୍ଗା ପ୍ରଭାବିତ ଏକ ମସ୍‌ଜିଦକୁ ମଧ୍ୟ ପରିଦର୍ଶନରେ ଯାଇଥିଲେ। କଂଗ୍ରେସର ଅନ୍ୟ ଏକ ପ୍ରତିନିଧି ଦଳରେ ହିବି ଏଡେନ୍‌, ଗୁର୍‌ଜିତ୍‌ ସିଂ ଅଉଜଲା ଓ ଅବ୍‌ଦୁଲ୍‌ ଖାଲିକ୍‌ଙ୍କ ସମେତ କେତେଜଣ ଏମ୍‌ପି ସାମିଲ ଥିଲେ। ସେମାନେ କେରଳ ହାଉସ୍‌ରୁ ଏକ ବସ୍‌ରେ ଚାନ୍ଦବାଗ ଯାଇ ସ୍ଥାନୀୟ ଦୋକାନୀମାନଙ୍କ ସହ ସେମାନଙ୍କ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରକାଶ ଯେ, ଗତ ସପ୍ତାହରେ କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଜାତୀୟ ରାଜଧାନୀ ଦିଲ୍ଲୀରେ ହିଂସା ଘଟିଥିଲା। ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଘଟିଥିବା ସଂଘର୍ଷ ସାମ୍ପ୍ରଦାୟିକ ଦଙ୍ଗାର ରୂପ ନେବା ପରେ ୪୮ ଜଣଙ୍କ ପ୍ରାଣହାନି ଘଟିଥିଲା। ଏହାସହ ୨୫୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri