ଘୋଡ଼ାହାଡ଼ ନଦୀଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଜୟନ୍ତୀ ଗୌଡ଼(୪୮)। ସେ ଆଜି ସକାଳେ ଘୋଡ଼ାହାଡ଼ ନଦୀଗଣ୍ଡକୁ ଗାଧୋଇବା ପାଇଁ ଯାଇଥିବା ସମୟରେ ଅସାବଧାନତା କାରଣରୁ ଗଭୀର ନଦୀଗଣ୍ଡକୁ ଚାଲିଯାଇଥିଲେ। ଆଖପାଖରେ ଥିବା ଲୋକେ ତାଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ କୌଣସି ସନ୍ଧାନ ପାଇ ନ ଥିଲେ। ଏନେଇ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି କୀର୍ତ୍ତିଚନ୍ଦ୍ର ଗୌଡ଼ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା, ବଳରାମ ବେହେରା, ଆଗ୍ନିକ ରଘୁନାଥ ସାହୁ, ଦିଲୀପ କଅଁର, ସୁକାନ୍ତ ମହାପାତ୍ର ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ନଦୀଗଣ୍ଡରୁ ମହିଳାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ କୈଠଖଣ୍ଡି ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଦିଗପହଣ୍ଡି ପୋଲିସ ମୃତଦେହ ଜବତ କରି ଥାନାରେ କେସ ନଂ.୧୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?