ଘୋଡ଼ାହାଡ଼ ନଦୀଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଜୟନ୍ତୀ ଗୌଡ଼(୪୮)। ସେ ଆଜି ସକାଳେ ଘୋଡ଼ାହାଡ଼ ନଦୀଗଣ୍ଡକୁ ଗାଧୋଇବା ପାଇଁ ଯାଇଥିବା ସମୟରେ ଅସାବଧାନତା କାରଣରୁ ଗଭୀର ନଦୀଗଣ୍ଡକୁ ଚାଲିଯାଇଥିଲେ। ଆଖପାଖରେ ଥିବା ଲୋକେ ତାଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ କୌଣସି ସନ୍ଧାନ ପାଇ ନ ଥିଲେ। ଏନେଇ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି କୀର୍ତ୍ତିଚନ୍ଦ୍ର ଗୌଡ଼ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ ପ୍ରଫୁଲ୍ଲ ବେହେରା, ବଳରାମ ବେହେରା, ଆଗ୍ନିକ ରଘୁନାଥ ସାହୁ, ଦିଲୀପ କଅଁର, ସୁକାନ୍ତ ମହାପାତ୍ର ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ନଦୀଗଣ୍ଡରୁ ମହିଳାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ କୈଠଖଣ୍ଡି ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଦିଗପହଣ୍ଡି ପୋଲିସ ମୃତଦେହ ଜବତ କରି ଥାନାରେ କେସ ନଂ.୧୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri