ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ ହେଲେ ମଧ୍ୟ ବର୍ତ୍ତମାନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନୂଆ ଟିମ୍‌ ପ୍ରକାଶ କରାଯାଇଛି। ସମୀରଙ୍କ ନୂଆ ଟିମ୍‌ରେ ୧୦ଜଣ ଉପସଭାପତିଙ୍କୁ ଦାୟିତ୍ୱ ମିଳିଛି। ଏଥିରେ ଏମ୍‌ପି ସଙ୍ଗୀତା ସିଂ ଦେଓ, ଅପରାଜିତା ଷଡଙ୍ଗୀ, ବଳଭଦ୍ର ମାଝୀ, ଭାସ୍କର ମଢେଇ, ନାଉରୀ ନାୟକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁକେଶି ଓରାମ, ଭୃଗୁବକ୍ସି ପାତ୍ର, ପ୍ରଭାତି ପରିଡା ପ୍ରମୁଖ ଅଛନ୍ତି। ସେହିପରି ୫ଜଣଙ୍କୁ ସାଧାରଣ ସମ୍ପାଦକ ଦାୟିତ୍ୱ ମିଳିଛି। ମାନସ କୁମାର ମହାନ୍ତିଙ୍କୁ ସଙ୍ଗଠନ ସାଧାରଣ ସମ୍ପାଦକ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ୯ଜଣଙ୍କୁ ଦଳର ସମ୍ପାଦକ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିଭଳି ୬ଟି ମୋର୍ଚ୍ଚାର ସଭାପତି ପରିବର୍ତ୍ତନ ହୋଇଛନ୍ତି। ଭାଜପା ଯୁବ ମୋର୍ଚ୍ଚା ସଭାପତି ଭାବେ ଇରାସିଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି, ମହିଳା ମୋର୍ଚ୍ଚା ସଭାପତି ଭାବେ ପ୍ରଭାତି ପରିଡାଙ୍କ ସ୍ଥାନରେ ସ୍ମୃତି ପଟ୍ଟନାୟକଙ୍କୁ ଦାୟିତ୍ୱ ମିଳିଛି। ସେହିପରି ପ୍ରଦୀପ ପୁରୋହିତଙ୍କୁ ଭାଜପା କୃଷକ ମୋର୍ଚ୍ଚା ସଭାପତି, ଏସ୍‌ଟି ମୋର୍ଚ୍ଚା ସଭାପତି ଭାବେ ବିଶେସ୍ବର ଟୁଡୁ, ବିଭୁ ପ୍ରସାଦ ତରାଇଙ୍କୁ ଏସ୍‌ସି ମୋର୍ଚ୍ଚା ସଭାପତି, ପଛୁଆ ବର୍ଗ ସଭାପତି ଭାବେ ସିକନ୍ଦର ଅଲ୍ଲି ଦାୟିତ୍ୱ ପାଇଛନ୍ତି। ରାଜ୍ୟ କାର୍ଯ୍ୟାଳୟ ସମ୍ପାଦକ ଭାବେ ଦେବେନ୍ଦ୍ର ନନ୍ଦ ଦାୟିତ୍ୱ ପାଇଛନ୍ତି। ଦଳର ମୁଖପତ୍ର ତାଲିକାରେ ୧୦ଜଣଙ୍କ ନାମ ପ୍ରକାଶ ପାଇଛି। ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ତାଲିକା ୧୬୧ଜଣ ରହିଥିଲା ବେଳେ ସ୍ଥାୟୀ ନିମନ୍ତ୍ରିତ ଅତିଥି ତାଲିକାରେ ୧୨୫ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri