ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିସହ ଗୃହପାଳିତ ପ୍ରାଣୀ ମାନେ ମଧ୍ୟ ବିପଦରେ ପଡିଛନ୍ତି। ଏହିଭଳି ପରିସ୍ଥିତିରେ ବୁଧବାର ରାତିରେ କେନ୍ଦ୍ରୀୟ ବନାଞ୍ଚଳ କାଳିଆମ୍ବା ସେକ୍ସନ ପୁରୁଣାପାଣି ବଞ୍ଜର ମାଳରେ ଥିବା ଡମ୍ବ ପାତ୍ରଙ୍କ ଗାଇ କୁହାଁରରେ ଦନ୍ତା ହାତୀ ଭଙ୍ଗା ରୁଜା କରିଛି। ଏଥିସହ କାଳିଆମ୍ବାର ପୁର୍ଣ ନାୟକଙ୍କ ଗୋଟେ ଗାଈକୁ ଦନ୍ତା ଆକ୍ରମଣ କରିଛି।

ସେହିଭଳି ପୁରୁଣାପାଣିର ନିଳକଣ୍ଠ ପରିଡା ଓ ରଞ୍ଜନ ପରିଡାଙ୍କ ଗୋଟିଏ ଲେଖାଏ ଗାଈ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛି। ଉପର ମଳାସପଦରର ଗଙ୍ଗା ନାୟକଙ୍କ ଏକ ଗାଈ ମଧ୍ୟ ହାତୀ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛି। ଏହି ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖବର ପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର ପୃଥିବୀ ରାଜ ପ୍ରଧାନ ଘଟଣାର ତଦନ୍ତ କରୁଛନ୍ତି । ଏଥିସହ ଏକ ସତନ୍ତ୍ର ଟିମ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି। ବୁଧବାର ସୁଦ୍ଧା ଏହି ବନଖଣ୍ଡରେ ୪୪ଟି ହାତୀ ଅଛି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ବ୍ୟାପକ ଫସଲ କ୍ଷତି କରୁଛନ୍ତି। ଏଥିସହ ଘରଦ୍ୱାର ଭାଙ୍ଗୁଛନ୍ତି। ଏହି ସମୟରେ ଲୋକଙ୍କୁ ମଧ୍ୟ ଆକ୍ରମଣ କରୁଛନ୍ତି। ଚକରା ଘାଟି ରାସ୍ତା ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ବିପଦ ସାଜିଛି। ଉକ୍ତ ରାସ୍ତାରେ ହାତୀ ବାରମ୍ବାର ଚଳପ୍ରଚଳ କରୁଛନ୍ତି। ମଙ୍ଗଳବାର ହାତୀପଲ ଘାଟିରେ ବ୍ୟାପକ ଭଙ୍ଗାରୁଜା କରୁଛନ୍ତି। ଏଥିସହ ଘାଟି ପରିଦର୍ଶନରେ ଯାଉଥିବା ଲୋକଙ୍କ ସହ ହାତୀପଲ ମୁହାଁମୁହିଁ ହୋଇଛନ୍ତି। ତେଣୁ ଉକ୍ତ ରାସ୍ତା ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ସୁରକ୍ଷିତ ନୁହେଁ। ଘାଟିରେ କାମ କରୁଥିବା ଶ୍ରମିକ ମାନେ ମଧ୍ୟ ଭୟଭୀତ ଅବସ୍ଥାରେ କାମ କରୁଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri