ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି । ଏ ନେଇ ପୋଲିସ କେସ୍‌ ନଂ ୯/୧୯ ଅନୁସାରେ ତଦନ୍ତ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ନାବାଳିକାଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି ନ ଥିବା ଜଣାପଡ଼ିଛି। ପରିବାର ପକ୍ଷରୁ ବହୁ ଖୋଜାଖୋଜି ପରେ ମଧ୍ୟ ନାବାଳିକାଙ୍କ ପତ୍ତା ନ ମିଳିବାର ହତୋତ୍ସାହ ସୃଷ୍ଟି ହୋଇଛି। ଘଟଣାର ୨୪ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ପୋଲିସର ବିଫଳତା ନେଇ ଚାନ୍ଦପୁର ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାରୁ ପ୍ରକାଶ, ନାବାଳିକା ଜଣକ ସ୍ଥାନୀୟ ଏକ ପ୍ରାଥମିକ ବିଦ୍ୟାଳୟରେ ଦ୍ୱିତୀୟ ଶ୍ରେଣୀରେ ପାଠ ପଢ଼ନ୍ତି । ତେବେ ଘଟଣା ଦିନ ମଧ୍ୟାହ୍ନ ୧୨ ଟା ୨୦ରେ ନାବାଳିକା ଜଣକ ଅନ୍ୟ ଜଣେ ନାବାଳକ ସହ ଖେଳିବା ପାଇଁ ସାଇକେଲ୍‌ ଯୋଗେ ରାସ୍ତାକୁ ଆସିଥିଲେ। ନାବାଳିକାଙ୍କ ଏହି ସମ୍ପର୍କିୟ ଭାଇ(ନାବାଳକ ଶିଶୁ)ଙ୍କ କହିବା ଅନୁସାରେ, ସେମାନେ ଖେଳୁଥିବାବେଳେ ୨ ଯୁବକ ଗୋଟିଏ ବାଇକ୍‌ରେ ଆସି ସେଠାରେ ଠିଆ ହୋଇଥିଲେ। ଏଥିରୁ ଜଣେ ଯୁବକ ବାଇକ୍‌ରୁ ଓହ୍ଲାଇ ନାବାଳିକାଙ୍କୁ ଚକ୍‌ଲେଟ୍‌ ଦେବା ପାଇଁ ଡାକିଥିଲେ। ତେବେ ନାବାଳିକାଙ୍କ ଭାଇ ଚକ୍‌ଲେଟ୍‌ ଆଣିବା ପାଇଁ ସେଠିକୁ ଯିବାକୁ ମନା କରିଥିଲେ । କଥା ନ ମାନି ଚକ୍‌ଲେଟ୍‌ ପାଇଁ ଯିବା ପରେ ଯୁବକ ଜଣକ ନାବାଳିକାଙ୍କ ନାକରେ କିଛି ଜିନିଷ ଶୁଘାଂଇ ଦେଇ ଅପହରଣ କରି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ

ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି।...

ଜିତିବା ପାଇଁ ଭାଜପା ନେତାଙ୍କ ଶରଣ ପଶିଲେ ବିଜେଡି ବିଧାୟକ

ନୟାଗଡ଼/ରଣପୁର,୧୬।୪(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନିର୍ବାଚନ ସମୟରେ ସାଧାରଣତଃ ଦେଖାଯାଇଥାଏ ପ୍ରାର୍ଥୀମାନେ ବିରୋଧୀ ଦଳର କର୍ମୀ ଓ ନେତାଙ୍କ ସମର୍ଥନ ପାଇବା ପାଇଁ ନିବେଦନ କରିଥାନ୍ତି। ଏହା...

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ...

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି...

ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି

ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍‌ ହାତେଇବା, ଭାଜପା ନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri