Posted inଖେଳ

ଚତୁଃରାଷ୍ଟ୍ରୀୟ ଯୁବ ସିରିଜ୍‌ ଜିତିଲା ଭାରତ

ଡର୍ବନା,୧୦।୧(ପି.ଟି.)- ଉଇକେଟକିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୋରେଲଙ୍କ ଶତକ ଓ ବାମହାତୀ ସ୍ପିନର ଆଥର୍ଭ ଆଙ୍କୋଲେକରଙ୍କ ୪ ଉଇକେଟ ସଫଳତା ଯୋଗୁ ଘରୋଇ ଦକ୍ଷିଣ ଆଫ୍ରିକାକୁ ୬୯ ରନ୍‌ରେ ହରାଇ ୧୯ ବର୍ଷରୁ କମ୍‌ ଭାରତୀୟ ଦଳ ଚତୁଃରାଷ୍ଟ୍ରୀୟ ସିରିଜ୍‌ ଜିତି ନେଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଇନିଂସ ଆରମ୍ଭରୁ ବିପର୍ଯ୍ୟର ସମ୍ମୁଖୀନ ହୋଇଥିଲା। ଦଳ ୬.୧ ଓଭରରେ ୧୩ ରନ୍‌ରେ ୩ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଏଭଳି ସଙ୍କଟଜନକ ସ୍ଥିତିରେ ଜୋରେଲ ୧୦୧ (୧୧୫ ବଲ, ୮ ଚୌକା ଓ ୨ ଛକା), ତିଲକ ବର୍ମା ୭୦(୭ ଚୌକା ଓ ୧ ଛକା) ଓ ସିଦ୍ଦେଶ ବୀର (୪୮)ଙ୍କ ଯୋଗଦାନ ଯୋଗୁ ଭାରତ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୨୫୯ ରନ୍‌ କରିଥିଲା। ଜବାବରେ ଆଙ୍କୋଲେକରଙ୍କ ଯାଦୁଗରୀ ବୋଲିଂର ସମ୍ମୁଖୀନ ହୋଇ ନ ପାରି ଘରୋଇ ଦଳ ୪୩.୧ ଓଭରରେ ୧୯୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପାଇଁ ଆଙ୍କୋଲେକର ୪ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବି ବିଷ୍ନୋଇ ୨, ଆକାଶ ସିଂ, ବୀର ଓ ବର୍ମା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ସିରିଜ୍‌ରେ ୩ୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚ୍‌ରେ ଜିମ୍ବାଓ୍ବେ ୨ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri