Posted inଖେଳ

ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ: ବର୍ଷା ଯୋଗୁ ରିଜର୍ଭ ଡେ’କୁ ଖେଳ ଘୁଞ୍ଚିଲା

ଥିରୁଭାନନ୍ତପୁରମ,୫।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଭାରତ ଏ’ ଓ ଦକ୍ଷିଣ ଆଫ୍ରିକା ଏ’ ମଧ୍ୟରେ ଖେଳା ଯାଇଥିବା ଚତୁର୍ଥ ଅନ୍‌ ଅଫିସିଆଲ ଦିନିକିଆ ମ୍ୟାଚ୍‌ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଫଳରେ ଖେଳ ରିଜର୍ଭ ଡେ ଅର୍ଥାତ ଗୁରବାରକୁ ଘୁଞ୍ଚାଇ ଦିଆଯାଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୨୫ ଓଭରରେ ଗୋଟିଏ ଉଇକେଟ ହରାଇ ୧୩୭ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ଓପନର ରେଜା ହେଣ୍ଡ୍ରିକ୍ସ ୬୦, ଉଇକେଟକିପର ବ୍ୟାଟ୍ସମ୍ୟାନ ହେନେରିଚ୍‌ କ୍ଲାସେନ ୨୧ ରନକରି ଅପରାଜିତ ରହିଥିଲେ। ଅନ୍ୟତମ ଓପନର ମାଥ୍ୟୁ ବ୍ରିଜକ ୨୫ ରନ କରି ରାହୁଲ ଚହରଙ୍କ ବଲ୍‌ରେ ତୁଷାର ଦେଶପାଣ୍ଡେଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅଧିନାୟକ ଟେମ୍ବା ବଭୂମା ୨୮ ରନ କରି ରିଟାୟାର୍ଡ ହର୍ଟ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୨୨ ଓଭରରେ ଗୋଟିଏ ଉଇକେଟ ହରାଇ ୧୨୨ ରନ କରିଥିବା ବେଳେ ବର୍ଷା ହୋଇଥିଲା। ଫଳରେ ମ୍ୟାଚ୍‌ ୨୫ ଓଭରକୁ କମାଇ ଦିଆଯାଇଥିଲା। ପୁଣି ଖେଳ ହେବା ପରେ ଦକ୍ଷିଣ ଆଫ୍ରିକା ଅଧିକ ୨୫ ରନ ସଂଗ୍ରହ କରିଥିଲା। ଫଳରେ ଭାରତ ପାଇଁ ୨୫ ଓଭରରେ ୧୯୩ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା।
ଜବାବରେ ବ୍ୟାଟିଂ ଆରମ୍ଭ କରି ଭାରତ ୭.୪ ଓଭରରେ ଗୋଟିଏ ଉଇକେଟ ହରାଇ ୫୬ ରନ କରିଥିବା ବେଳେ ପୁଣି ବର୍ଷା ହୋଇଥିଲା। ମ୍ୟାଚ୍‌ ଗୁରୁବାରକୁ ଘୁଞ୍ଚାଇ ଦିଆଯାଇଥିଲା। ଷ୍ଟମ୍ପ ଅପସାରଣ ବେଳକୁ ଅଭିଜ୍ଞ ଓପନର ଶିଖର ଧାଓ୍ବନ ୨୧ ବଲରୁ ୬ ଚୌକା ସହ ୩୪ ଓ ପ୍ରଶାନ୍ତ ଚୋପ୍ରା ୬ ରନ କରି ଅପରାଜିତ ରହିଥିଲେ। ଶୁବମନ ଗିଲ ୧୨ ରନକରି ଅନରିଜ ନୋର୍ଜଙ୍କ ବଲ୍‌ରେ ମାର୍କୋ ଜାନସେନଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଭାରତ ଏବେ ବିଜୟ ପାଇଁ ୧୭.୨ ଓଭରରେ ଆଉ ୧୩୭ ରନ ଆବଶ୍ୟକ କରୁଛି। ଉଲ୍ଲେଖଥାଉ କି, ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ପ୍ରଥମ ୩ଟି ମ୍ୟାଚ୍‌ ଜିତି ୩-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏହି ମ୍ୟାଚ୍‌ ଜିତିଲେ ଭାରତ କ୍ରମାଗତ ଚତୁର୍ଥ ବିଜୟ ହାସଲ କରିବ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ଏ’ ୨୫ ଓଭରରେ ୧୩୭/୧
(ରେଜା ହେଣ୍ଡ୍ରିକ୍ସ- ୬୦, ମାଥ୍ୟୁ ବ୍ରିଜକ- ୨୫, ହେନରିଚ୍‌ କ୍ଲାସେନ- ୨୧*, ରାହୁଲ ଚହର- ୧/୧୮ )।
ଭରତ ଏ’ ୭.୪ ଓଭରରେ ୫୬/୧
(ଶିଖର ଧାଓ୍ବନ- ୩୪*, ନୋରଜ୍‌- ୧/୨୬)।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri