ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୨ ଆସନରେ ମତଦାନ ହେବ। ଏଥିରେ ରହିଛି ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩, ଜମ୍ମୁ-କଶ୍ମୀରର ଗୋଟିଏ ଏବଂ ପଶ୍ଚିମବଙ୍ଗର ୮ ଆସନ। ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପୋଲିଂ କର୍ମଚାରୀ ଇଭିଏମ୍‌ ଏବଂ ଭିଭିପିଏଟି ସହ ବିଭିନ୍ନ ବୁଥ୍‌ରେ ପହଞ୍ଚତ୍ବାରେ ଲାଗିଛନ୍ତି।
ଚତୁର୍ଥ ପର୍ଯ୍ୟାୟରେ ମୋଟ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଥିବାବେଳେ ସେମାନଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଅପରାଧ ମାମଲା ରହିଛି। ଶନିବାର ପ୍ରଚାର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର କନୌଜ, ହର୍ଦୋଇ ଏବଂ ସୀତାପୁରଠାରେ ନିର୍ବାଚନୀ ସଭାରେ ଯୋଗଦେଇଥିଲେ। ଆତଙ୍କବାଦ ବିରୋଧରେ ଲଢ଼େଇ ଲାଗି କଂଗ୍ରେସ, ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବିଏସ୍‌ପିର କୌଣସି ଯୋଜନା ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ଝାଡଖଣ୍ଡର ପାଲାମୁ ଏବଂ ଓଡ଼ିଶାର ମୟୂରଭଞ୍ଜ ଓ ଯାଜପୁରରେ ନିର୍ବାଚନୀ ସଭା କରିଥିଲେ। ରାଜସ୍ଥାନରେ ଭାଜପା ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେଉଥିଲାବେଳେ ବିହାରର ଦର୍‌ଭଙ୍ଗା, ଉଜିଆରପୁର, ସମସ୍ତିପୁର, ବେଗୁସରାଇ ଏବଂ ମୁଙ୍ଗେରରେ ଶେଷ ଦିନରେ ଜୋରଦାର ପ୍ରଚାର ହୋଇଥିଲା।
ଚତୁର୍ଥ ପର୍ଯ୍ୟାୟ ମହାରାଷ୍ଟ୍ର ପାଇଁ ଶେଷ ପର୍ଯ୍ୟାୟ ହୋଇଥିବାବେଳେ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ପ୍ରଥମ ଥର ମତଦାନ ହେବ। ସେହିପରି ଓଡିଶାରେ ଏହା ଶେଷ ପର୍ଯ୍ୟାୟ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଏହି ପର୍ଯ୍ୟାୟରେ ଚର୍ଚ୍ଚିତ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ବେଗୁସରାଇରୁ ସିପିଆଇ ପ୍ରାର୍ଥୀ କହ୍ନେୟା କୁମାର ଏବଂ ଭାଜପା ପ୍ରାର୍ଥୀ ଗିରିରାଜ ସିଂ, ଛିନ୍ଦଓ୍ବାଡା ଲୋକ ସଭା ଆସନରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁଅ ନକୁଳ ଲଢ଼ୁଥିବାବେଳେ ଛିନ୍ଦଓ୍ବାଡା ବିଧାନସଭା ଆସନ ଉପନିର୍ବାଚନ ପାଇଁ କମଳନାଥ ପ୍ରାର୍ଥୀ ହୋଇଛନ୍ତି। ସିଧି ଆସନରୁ କଂଗ୍ରେସ ଅର୍ଜୁନ ସିଂଙ୍କ ପୁଅ ଅଜୟ ସିଂଙ୍କୁ ପ୍ରାର୍ଥୀ କରିଛି। ଜବଲପୁରରୁ ମଧ୍ୟପ୍ରଦେଶ ଭାଜପା ସଭାପତି ରାକେଶ ସିଂ ଲଢ଼ୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ପୁନମ ମହାଜନ, ପ୍ରିୟା ଦତ୍ତ, ମିଲିନ୍ଦ୍‌ ଦେଓରା, ଊର୍ମିଳା ମାତୋଣ୍ଡକର ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri