ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା ପାଇଁ ଚିନ୍ତା କରୁଥିବାବେଳେ କଂଗ୍ରେସ ପୁରୁଣା ଗାଦି ବିଜୟ ଲାଗି ଲକ୍ଷ୍ୟ ରଖିଛି। ଚତୁର୍ଥ ପର୍ଯ୍ୟାୟରେ ବିହାରର ୫, ଜମ୍ମୁ-କଶ୍ମୀରରେ ଗୋଟିଏ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡ଼ିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩ ଏବଂ ପଶ୍ଚିମବଙ୍ଗର ୮ଟି ଲୋକ ସଭା ଆସନ ପାଇଁ ମତଦାନ କରାଯିବ। ୨୦୧୪ରେ ଭାଜପା ଏସବୁ ଆସନରେ ୪୫ରେ ବିଜୟ ହୋଇଥିଲା। ଏସବୁ ଆସନ ମଧ୍ୟରୁ କଂଗ୍ରେସ ଖାତାକୁ ୨ଟି ଆସନ ଆସିଥିଲା। ତେବେ ଚଳିତ ନିର୍ବାଚନରେ କଂଗ୍ରେସ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ଆସନ ବିଜୟ ଲକ୍ଷ୍ୟ ପ୍ରସସ୍ତୁତ କରିଛି। ଅପରପକ୍ଷରେ ଭାଜପା ନିଜର ପୂର୍ବଥର ଆସନଗୁଡ଼ିକୁ ବଞ୍ଚାଇବାର ଉଦ୍ୟମ ଅବ୍ୟାହତ ରଖିଛି। ମହାରାଷ୍ଟ୍ରରେ ଭାଜପା ଗତ ନିର୍ବାଚନରେ ଏସବୁ ଆସନ ମଧ୍ୟରୁ ୮ ଆସନ ହାତେଇଥିବାବେଳେ ଶିବସେନା ୯ ଆସନରେ ବିଜୟୀ ହୋଇଥିଲା। ପରିବର୍ତ୍ତିତ ରାଜନୀତିରେ ଏବେ ଭାଜପା ନିଜ ଗଡ଼ ବଞ୍ଚାଇବାରେ ସଫଳ ହେବାକୁ ପ୍ରୟାସ କରୁଥିବାବେଳେ ଏତେ ସଂଖ୍ୟକ ଗଡ଼ ବିଜୟ ଏକ ଆହ୍ବାନ ସୃଷ୍ଟି କରିଛି। ସେହିପରି କଂଗ୍ରେସ ଅତି ଖରାପ ପ୍ରର୍ଦଶନରୁ କିଛି କରାମତି କରାଇବା ଲକ୍ଷ୍ୟ ନେଇ ଉଦ୍ୟମ ଜାରି ରଖିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri