ଚତୁର୍ଥ ଶନିବାର ବିଭାଗୀୟ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ : ପ୍ରତି ସପ୍ତାହରେ ଲୋକଙ୍କ ନିକଟକୁ ଯିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୨୫।୮ – ଅଗଷ୍ଟ ମାସର ଚତୁର୍ଥ ଶନିବାରରେ ଅନୁଗୋଳ ଜିଲାପାଳ ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମସ୍ତ ଅଧିକାରୀଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ୱର୍କ, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ ଓ ଟାଇମ୍‌୍‌)ର ଗୁରୁମନ୍ତ୍ର ଜଣାଇବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ବିଷୟରେ ଅବଗତ କରାଇଛନ୍ତି।
ଶେଷ ଶନିବାର ଛୁଟି ଥିଲେ ବି ଜିଲାପାଳଙ୍କ କାର୍ଯ୍ୟାଳୟ ଚଳଚଞ୍ଚଳ ରହିଥିଲା। ଜିଲାରେ ଥିବା ବିଭିନ୍ନ ପଦାଧିକାରୀମାନେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଜିଲାପାଳ ରାଜ୍ୟ ସରକାର ପ୍ରଧାନ୍ୟ ଦେଉଥିବା ୫-ଟି ମନ୍ତ୍ର ଉପରେ ବିସ୍ତୁତ ଭାବେ ଆଲୋଚନା କରିଥିଲେ। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇଥିବା ବୈଠକର ପ୍ରଥମ ଭାଗରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଜିଲାପାଳ ମହାନ୍ତି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଭିନ୍ନ ଉପଖଣ୍ଡ ଅଧିକାରୀମାନେ ସେମାନଙ୍କ ଅଞ୍ଚଳ ଗସ୍ତବେଳେ ଅବଗତ ହୋଇଥିବା ସମସ୍ୟାଗୁଡିକର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏପରି କି ପ୍ରତି ସପ୍ତାହରେ ବିଭାଗୀୟ ଅଧିକାରୀମାନେ ନିଜ ନିଜର କ୍ଷେତ୍ର ପରିଦର୍ଶନ କରିବା ସହ ଲୋକଙ୍କଠାରୁ ସିଧାସଳଖ ସମସ୍ୟା ବୁଝି ସମାଧାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରୀୟ ଅଧିକାରୀମାନଙ୍କ ସମୂହ ବୈଠକ ପରେ ପ୍ରତି ବିଭାଗର ଅଧିକାରୀଙ୍କୁ ଡାକି ଜିଲାପାଳ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ଅଧିକାରୀଙ୍କୁ ଜିଲାପାଳ ବିଭିନ୍ନ ପ୍ରସଙ୍ଗ ପଚାରି ବୁଝିଥିଲେ। ଆସନ୍ତା ଗାନ୍ଧୀ ଜୟନ୍ତୀଠାରୁ ରାଜ୍ୟ ସରକାର ପ୍ରତିମାସରେ ସିଧାସଳଖ ପ୍ରତି ଜିଲାରୁ ୫ ଜଣ ଲୋକଙ୍କୁ ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ସମ୍ବନ୍ଧୀୟ ୧୦ଟି ପ୍ରଶ୍ନ କରିବେ ବୋଲି ସ୍ଥିର ହୋଇଛି। ତେଣୁ ଏହି ଦୁଇଟି ବିଭାଗକୁ ପ୍ରଶାସନ ଗୁରୁତ୍ୱ ଦେଇଥିଲା। ପ୍ରତି ମାସ ଶେଷ ଶନିବାର ଜିଲାପାଳ ୫-ଟି ମନ୍ତ୍ର ଉପରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ତାଳଚେର ଉପଜିଲାପାଳ, ଆଠମଲ୍ଲିକ ଉପଜିଲାପାଳ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା, ଡେପୁଟି କଲେକ୍ଟର ବଇତୁରା ଦୀପ ପ୍ରମୁଖଙ୍କ ସହ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri