ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ ଛାଡିବାର ଅଭିଯାନ ଆରମ୍ଭ କରିଛନ୍ତି। ଏ ନେଇ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୭ଟି ଚିତ୍ରାହରିଣକୁ ନେଇ ଚନ୍ଦକାରେ ଛଡ଼ାଯାଇଥିବାବେଳେ ମୋଟ ୨୬ଟି ହରିଣ ଚନ୍ଦକାକୁ ଯାଇଥିବାର ଜଣାପଡିଛି। ସେହିଭଳି ବଟାନିକାଲ ଗାର୍ଡେନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଥିବା ଗ୍ବାଲିଅରରୁ ଆସିଥିବା ଭାରତୀୟ ଲମ୍ବାଥଣ୍ଟିଆ ଶାଗୁଣା ଡିସେମ୍ବର ୨୪ତାରିଖରେ ପ୍ରଥମଥର ପାଇଁ ଦେଇଥିବା ଅଣ୍ଡାକୁ ଶୁକ୍ରବାର ନନ୍ଦନକାନନ କର୍ତ୍ତୃପକ୍ଷ ଡାକ୍ତରଖାନାକୁ ଆଣିଛନ୍ତି। ଏହି ଅଣ୍ଡାକୁ ଡାକ୍ତରଖାନାରେ ଥିବା ଅଣ୍ଡାଉଷୁମା ଯନ୍ତ୍ରରେ ରଖାଯାଇଛି। ଏହାସହ ୩୭ଏଫ ଏନକ୍ଲୋଜରରେ ରହୁଥିବା କଟାସ ଶନିବାର ସକାଳେ ୩ଟି ଛୁଆ ଦେଇଥିବାର କର୍ମଚାରୀମାନେ ଦେଖିଥିଲେ। ପୂର୍ବରୁ ୨ଥର ଜନ୍ମିତ ଛୁଆକୁ ମାରି ଚର୍ଚ୍ଚାରେ ରହିଥିବା ମା’ କଟାସଠାରୁ ଛୁଆ ୩ଟିକୁ ନନ୍ଦନକାନନ କର୍ତ୍ତୃପକ୍ଷ ଉଦ୍ଧାର କରିଛନ୍ତି। ଏହି ଛୁଆ ତିନିଟିକୁ ଡାକ୍ତରଖାନାର ଲାଳନପାଳନ କେନ୍ଦ୍ର ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହସ୍ତାନ୍ତର କରିଛନ୍ତି। ଫଳରେ କଟାସ ସଂଖ୍ୟା ବୃଦ୍ଧିପାଇ ୭ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri