ଚନ୍ଦକା ଥାନା ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ୪ଶହ ଲିଟର ରନ୍ଧାମଦ ଜବତ, ୨ ଗିରଫ

କଟକ ରୋଡ, ୧୫।୧୧(ଡି.ଏନ୍‌.ଏ.): ଭୁବନେଶ୍ୱର ଅବକାରୀ ଓ ମୋବାଇଲ ସ୍କ୍ବାର୍ଡ ଶୁକ୍ରବାର ରାଜଧାନୀର ଚନ୍ଦକା ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ମହିଳାଙ୍କ ସମେତ ୨ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଛବି ଦେହୁରୀ ଏବଂ ଅଭି ସାହୁ। ଏମାନଙ୍କଠାରୁ ୪ଶହ ଲିଟର ରନ୍ଧା ମଦ ଜବତ କରାଯାଇଛି। ଜବତ ମଦର ଆନୁମାନିକ ମୂଲ୍ୟ ପ୍ରାୟ ୭୦ହଜାର ଟଙ୍କା ହେବ ବୋଲି ଅବକାରୀ ଏସ୍‌ଆଇ ହିତାଂଶୁ ଶେଖର ମଲ୍ଲିକ କହିଛନ୍ତି।

ସୂଚନାନୁଯାୟୀ, ଦୀର୍ଘଦିନ ଧରି ଛବି ଏବଂ ଅନ୍ୟ ଅଭିଯୁକ୍ତ କଟକ ଓ ଆଠଗଡ଼ ଅଞ୍ଚଳରୁ ରନ୍ଧା ମଦ ସଂଗ୍ରହ କରି ସେମାନଙ୍କ ଘରେ ରଖି ଚନ୍ଦକା ଓ ତମାଣ୍ଡୋ ଥାନା ଅଞ୍ଚଳରେ କେତେକ ଖୁଚୁରା ବ୍ୟବସାୟୀଙ୍କୁ ବିକ୍ରି କରୁଥିଲେ। ଖବର ପାଇ ସକାଳ ପ୍ରାୟ ୭ଟାରେ ଏକ ଟିମ୍‌ ଉଭୟ ଅଭିଯୁକ୍ତଙ୍କୁ ଧରିଥିଲା। ପୂର୍ବରୁ ଅଭିଙ୍କ ନାମରେ ଖୋର୍ଦ୍ଧା ଅବକାରୀ କାର୍ଯ୍ୟାଳୟରେ ଏକାଧିକ ମାମଲା ରହିଥିବା କୁହାଯାଉଛି। ଭୁବନେଶ୍ୱର ଅବକାରୀ କାର୍ଯ୍ୟାଳୟରେ ମାମଲା (ନଂ-୩୭ ଏବଂ ୬୨(୧୯/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri