Posted inଜାତୀୟ

ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୨: ସେଠାରେ ୭ ଦିନ ପର୍ଯ୍ୟନ୍ତ ଘୁରିବ

ଶ୍ରୀହରିକୋଟା,୨୧।୮: ଚନ୍ଦ୍ରୟାନ-୨ ବୁଧବାର ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରିଛି। ଏହା ସେଠାରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଘୁରିବ। ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨ କୁ ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି। ଅଗଷ୍ଟ ୨୮ ଭୋର୍‌ ୫ଟା ୩୦ରୁ ୬ଟା ୩୦ ମଧ୍ୟରେ ଏହା ତୃତୀୟ କକ୍ଷ ପଥରେ ପ୍ରବେଶ କରିବ। ସେହିପରି ଅଗଷ୍ଟ ୩୦ ସନ୍ଧ୍ୟା ୬ଟାରୁ ୭ଟା ମଧ୍ୟରେ ପରବର୍ତ୍ତୀ କକ୍ଷପଥରେ ପ୍ରବେଶ କରିବ। ସେପ୍ଟେମ୍ବର ୧ ସନ୍ଧ୍ୟା ୬ଟାରୁ ୭ଟା ମଧ୍ୟରେ ଏହା ୫ମ କକ୍ଷପଥରେ ପ୍ରବେଶ କରିବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ସେପ୍ଟେମ୍ବର ୨ରେ ଚନ୍ଦ୍ରୟାନ-୨ରୁ ଲ୍ୟାଣ୍ଡର ବିକ୍ରମ ଏବଂ ରୋଭର ପ୍ରଜ୍ଞା ଅଲଗା ହୋଇଯିବେ। ବିକ୍ରମ ଚନ୍ଦ୍ରପୃଷ୍ଠ ଆଡ଼କୁ ଅଗ୍ରସର ହେବ। ୩ ସେପ୍ଟମ୍ବରରେ ବିକ୍ରମର ସ୍ଥିତି ଯାଞ୍ଚ୍‌ କରାଯିବ। ଏହି ସମୟରେ ଇସ୍ରୋ ବୈଜ୍ଞାନିକ ୩ ସେକେଣ୍ଡ ପାଇଁ ଏହାର ଇଞ୍ଜିନ୍‌ ଚାଲୁ କରିବା ସହିତ ଏହାର କକ୍ଷରେ କେତେକ ପରିବର୍ତ୍ତନ କରିବେ। ସେପ୍ଟେମ୍ବର ୪ରେ ବିକ୍ରମ ଚନ୍ଦ୍ରର ସବୁଠାରୁ ନିକଟତମ କକ୍ଷ ପଥରେ ପ୍ରବେଶ କରି ୩ ଦିନ ପର୍ଯ୍ୟନ୍ତ ସେଠାରେ ଘୁରିବ। ୭ ସେପ୍ଟମ୍ବର ମଧ୍ୟ ରାତ୍ର ୧ଟା ୪୦ରେ ବିକ୍ରମ ଚନ୍ଦ୍ରର ଦକ୍ଷିଣ ମେରୁରେ ୩୫ କିଲୋମିଟର ଉଚ୍ଚତାରୁ ଅବତରଣ କରିବା ଆରମ୍ଭ କରିବ। ରାତ୍ର ୧ଟା ୫୫ରେ ଏହା ପ୍ରତି ସେକେଣ୍ଡରେ ୨ ମିଟର ଅବତରଣ କରିବ। ଏହି କାର୍ଯ୍ୟ ୧୫ ମିନିଟ୍‌ ପର୍ଯ୍ୟନ୍ତ ଜାରି ରହିବ। ଭୋର୍‌ ୩ଟା ୫୫ରେ ଅବତରଣର ପ୍ରାୟ ୨ ଘଣ୍ଟା ପରେ ଲ୍ୟାଣ୍ଡର ବିକ୍ରମର କବାଟ(ରୈମ୍ପ୍‌) ଖୋଲିବ ଏବଂ ଏହା ମଧ୍ୟ ଦେଇ ୬ ଚକା ବିଶିଷ୍ଟ ରୋଭର ପ୍ରଜ୍ଞା ବାହାରକୁ ବାହାରିବ। ଭୋର୍‌ ୫ଟା ୫ରେ ପ୍ରଜ୍ଞାର ସୋଲାର ପ୍ୟାନେଲ୍‌ ଖୋଲିବ। ଭୋର୍‌ ୫ଟା ୧୦ରେ ଏହା ଚନ୍ଦ୍ରପୃଷ୍ଠରେ ଚାଲିବା ଆରମ୍ଭ କରିବ। ଏହା ପ୍ରତି ସେକେଣ୍ଡରେ ଏକ ସେଣ୍ଟିମିଟର ଗତି କରିବ। ଏହା ୧୪ ଦିନ ପର୍ଯ୍ୟନ୍ତ ଘରିବୁଲି ୫ଶହ ମିଟର ଗତି କରିବ। ଅର୍ବିଟରରେ ଥିବା ଅବଶିଷ୍ଟ ଇନ୍ଧନ ଯୋଗୁ ଏହା ଚନ୍ଦ୍ର ଚାରିପଟେ ଘୁରିବୁଲି ୨ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ତଥ୍ୟ ସଂଗ୍ରହ କରିବାକୁ ସକ୍ଷମ ହେବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri