Posted inଜାତୀୟ

ଚନ୍ଦ୍ରାବାବୁଙ୍କୁ ଝଟକା:ଭାଜପାରେ ମିଶିଲେ ୪ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୧।୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ନେତୃତ୍ୱାଧୀନ ତେଲୁଗୁ ଦେଶମ୍‌ ପାର୍ଟି(ଟିଡିପି)ର ୪ ରାଜ୍ୟ ସଭା ସଦସ୍ୟ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଓ୍ବାଇ.ଏସ୍‌. ଚୌଧୁରୀ, ସି.ଏମ୍‌. ରମେଶ, ଜି. ପି. ମୋହନ ରାଓ ଏବଂ ଟି. ଜି. ଭେଙ୍କଟେଶ୍‌। ଏମାନେ ଗୃହର ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁଙ୍କୁ ସାକ୍ଷାତ କରି ଭାଜପାରେ ଯୋଗଦେବା ନେଇ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ୪ ଏମ୍‌ପି ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ସହ ମିଶି ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ଭେଟି ତୁରନ୍ତ ଭାଜପାରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେମାନଙ୍କ ଏହି ଦଳବଦଳ ଫଳରେ ଚନ୍ଦ୍ରାବାବୁଙ୍କୁ ଶକ୍ତ ଝଟକା ଲାଗିଛି। ସେପଟେ ଆମେରିକାରେ ଛୁଟି କାଟୁଥିବା ଚନ୍ଦ୍ରାବାବୁ କହିଛନ୍ତି, ଏଭଳି ସମସ୍ୟା ନୂଆ ନୁହେଁ । ଏନେଇ କର୍ମୀମାନେ ହତୋତ୍ସାହ ହେବା ଅନୁଚିତ। କେବଳ ଆନ୍ଧ୍ରର ସ୍ବାର୍ଥ ଲାଗି ଆମେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିକରି ଭାଜପାକୁ ବିରୋଧ କରୁଛୁ। ଟିଡିପିକୁ ଦୁର୍ବଳ କରିବା ଲାଗି ଭାଜପା ହୀନ ପ୍ରୟାସ ଚଳାଇଛି। ପ୍ରକାଶଥାଉ କି, ଗତବର୍ଷ ଚନ୍ଦ୍ରାବାବୁ ଏନ୍‌ଡିଏ ଛାଡ଼ିଥିଲେ। ଏବେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ମୁଖ୍ୟ ଜଗନ୍‌ମୋହନ ରେଡ୍ଡୀ ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଛନ୍ତି। ସେ କେବଳ ବିଧାନସଭା ଦଖଲ କରିନାହାନ୍ତି ବରଂ ଆନ୍ଧ୍ରରେ ମୋଟ ୨୫ରୁ ୨୨ ଏମ୍‌ପିଙ୍କୁ ଲୋକ ସଭାକୁ ପଠାଇବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri