ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍ ମିଶନ୍ ‘ଚନ୍ଦ୍ରୟାନ୍-୩’ର ସଫଳ ଉତ୍କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମୁକୁନ୍ଦପୁର ଗ୍ରାମର ଶୁଭାଶିଷ ନାୟକ (୨୮) ସାମିଲ ଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ମୁକୁନ୍ଦପୁର ଗ୍ରାମର ଏକ ଅଭାବୀ ପରିବାରରେ ଶୁଭାଶିଷଙ୍କ ଜନ୍ମ। ସେ ସ୍ଥାନୀୟ ଦାନପୁର ପଞ୍ଚାୟତ ଦୋହଳିସ୍ଥିତ ବନମାଳୀ ବ୍ରହ୍ମଚାରୀ ମଡେଲ ହାଇସ୍କୁଲରୁ ୨୦୦୯ ମସିହାରେ ମାଟ୍ରିକ ପାସ୍ କରିବା ପରେ କଟକ ଜଗତପୁରସ୍ଥିତ ଏକ ଘରୋଇ ଆଇଟିଆଇରେ ଅଧ୍ୟୟନ କରିଥିଲେ। ଏହାପରେ ସେ ଭୁବନେଶ୍ୱରସ୍ଥିତ ସିଟିଟିସିରେ ୩ ବର୍ଷ ଅଧ୍ୟୟନ କରିଥିଲେ। ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ହାସଲ ପରେ ସେ ୨୦୧୮ରେ ଇସ୍ରୋରେ ଜଣେ ଟେକ୍ନିସିଆନ୍ ଭାବେ ନିଯୁକ୍ତି ପାଇଥିଲେ। ନିଯୁକ୍ତି ପାଇବାର ୪ ବର୍ଷ ପରେ ସେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ସାମିଲ ହୋଇଥିଲେ। ବାପା ମଳୟ ନାୟକ ଓ ବଡ଼ବାପା ଅଭୟ ନାୟକ ସ୍ଥାନୀୟ ଚାନ୍ଦୋଳ ବଜାରରେ ଏକ ଦୋକାନ କରି ପରିବାର ପ୍ରତିପୋଷଣ କରୁଛନ୍ତି।ଶୁଭାଶିଷ ଜଣେ ମେକାନିକାଲ୍ ଇଞ୍ଜିିନିୟର ଭାବେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ କାମ କରିବା ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଉଭୟ କହିଛନ୍ତି। ଶୁଭାଶିଷଙ୍କ ମା ନିର୍ମଳା ନାୟକ ଜଣେ ଗୃହିଣୀ। ପୁଅର ଏତେବଡ଼ ସଫଳତା ଖବର ଶୁଣି ସେ ଖୁସିବ୍ୟକ୍ତ କରିବା ସହିତ ତାଙ୍କୁ ଶୁଭକାମନା ଜଣାଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା, ଜାତୀୟ, ରାଜ୍ୟ View All
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
Archives


