ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ଡେରାବିଶର ଶୁଭାଶିଷ

ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ୍‌-୩’ର ସଫଳ ଉତ୍‌କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍‌-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ମୁକୁନ୍ଦପୁର ଗ୍ରାମର ଶୁଭାଶିଷ ନାୟକ (୨୮) ସାମିଲ ଥିବା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।
ମୁକୁନ୍ଦପୁର ଗ୍ରାମର ଏକ ଅଭାବୀ ପରିବାରରେ ଶୁଭାଶିଷଙ୍କ ଜନ୍ମ। ସେ ସ୍ଥାନୀୟ ଦାନପୁର ପଞ୍ଚାୟତ ଦୋହଳିସ୍ଥିତ ବନମାଳୀ ବ୍ରହ୍ମଚାରୀ ମଡେଲ ହାଇସ୍କୁଲରୁ ୨୦୦୯ ମସିହାରେ ମାଟ୍ରିକ ପାସ୍‌ କରିବା ପରେ କଟକ ଜଗତପୁରସ୍ଥିତ ଏକ ଘରୋଇ ଆଇଟିଆଇରେ ଅଧ୍ୟୟନ କରିଥିଲେ। ଏହାପରେ ସେ ଭୁବନେଶ୍ୱରସ୍ଥିତ ସିଟିଟିସିରେ ୩ ବର୍ଷ ଅଧ୍ୟୟନ କରିଥିଲେ। ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ହାସଲ ପରେ ସେ ୨୦୧୮ରେ ଇସ୍ରୋରେ ଜଣେ ଟେକ୍ନିସିଆନ୍‌ ଭାବେ ନିଯୁକ୍ତି ପାଇଥିଲେ। ନିଯୁକ୍ତି ପାଇବାର ୪ ବର୍ଷ ପରେ ସେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ସାମିଲ ହୋଇଥିଲେ। ବାପା ମଳୟ ନାୟକ ଓ ବଡ଼ବାପା ଅଭୟ ନାୟକ ସ୍ଥାନୀୟ ଚାନ୍ଦୋଳ ବଜାରରେ ଏକ ଦୋକାନ କରି ପରିବାର ପ୍ରତିପୋଷଣ କରୁଛନ୍ତି।ଶୁଭାଶିଷ ଜଣେ ମେକାନିକାଲ୍‌ ଇଞ୍ଜିିନିୟର ଭାବେ ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ କାମ କରିବା ରାଜ୍ୟ ପାଇଁ ଗୌରବର ବିଷୟ ବୋଲି ଉଭୟ କହିଛନ୍ତି। ଶୁଭାଶିଷଙ୍କ ମା ନିର୍ମଳା ନାୟକ ଜଣେ ଗୃହିଣୀ। ପୁଅର ଏତେବଡ଼ ସଫଳତା ଖବର ଶୁଣି ସେ ଖୁସିବ୍ୟକ୍ତ କରିବା ସହିତ ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri