Posted inଖେଳ

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ ଦ୍ୱିତୀୟ ଉଇକେଟ ହରାଇଥିଲା, ଯାହା ପରେ ସରଫରାଜ ଖାନ ଚତୁର୍ଥ ନମ୍ବରରେ କ୍ରିଜକୁ ଆସିଥିଲେ। ସରଫରାଜ ୧୬୩ ବଲରେ ବିରାଟ କୋହଲିଙ୍କ ସହ ୧୩୬ ରନର ଭାଗିଦାରୀ କରିଥିଲେ। ବିରାଟ କୋହଲି ଆଉଟ ହେବା ପରେ ସେ ରିଷଭ ପନ୍ତଙ୍କ ସହ ଇନିଂସ ଜାରି ରଖିଥିଲେ।

ସରଫରାଜ ଖାନ ୧୧୦ଟି ବଲରେ ଟେଷ୍ଟ କ୍ୟାରିୟରର ପ୍ରଥମ ଶତକ ସ୍କୋର କରିଥିଲେ। ସେ ଏହି ଶତକକୁ ୫୬.୩ ଓଭରରେ ଟିମ ସାଉଥୀଙ୍କ ଓଭରରେ ଚୌକା ମାରି ପୂରଣ କରିଥିଲେ। ପ୍ରଥମ ଇନିଂସରେ ଶୂନରେ ଆଉଟ ହେବା ପରେ ସରଫରାଜ ଦ୍ୱିତୀୟ ଇନିଂସରେ ଚମତ୍କାର ଖେଳି ଭାରତୀୟ ଦଳକୁ ମ୍ୟାଚକୁ ଫେରାଇ ଆଣିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ସରଫରାଜ ୧୫ ଫେବୃଆରୀ ୨୦୨୪ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଏପର୍ଯ୍ୟନ୍ତ ୩ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ସମସ୍ତ ତିନୋଟି ଟେଷ୍ଟ ମ୍ୟାଚ ଇଂଲଣ୍ଡ ବିପକ୍ଷରେ ରହିଛି। ଏହି ତିନୋଟି ଟେଷ୍ଟ ମ୍ୟାଚରେ ସରଫରାଜ ୭୯.୩୬ ଷ୍ଟ୍ରାଇକ ରେଟ୍‌ରେ ୨୦୦ ରନ ସ୍କୋର କରିଛନ୍ତି। ଏଥିରେ ତିନୋଟି ଅର୍ଦ୍ଧଶତକ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri