ଚମତ୍କାରୀ ତେଲ ନେବାକୁ ଦଳାଚକଟା: ୨୦ ମୃତ

ମୋଶି,୨।୨: ଚମତ୍କାରୀ ତେଲ ନେବାକୁ ତାଞ୍ଜାନିଆରେ ହୋଇଥିବା ଦଳାଚକଟାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୬ ଜଣ ଆହତ ହୋଇଛନ୍ତି। ତେବେ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ମୋଶି ସହରରେ ଏକ ଷ୍ଟାଡିୟମ୍‌ରେ ରବିବାର ଚର୍ଚ୍ଚ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ପାଦ୍ରୀ ଲୋକଙ୍କ ମଧ୍ୟରେ ଚମତ୍କାରୀ ତେଲ ବଣ୍ଟନ କରିଥିଲେ। ତେଲ ନେବାକୁ ଳୋକଙ୍କ ମଧ୍ୟରେ ଦଳାଚକଟା ଆରମ୍ଭ ହୋଇଥିବା ରଏଟର ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚମତ୍କାରୀ ତେଲ ପାଖରେ ରଖିଲେ ଧନ ସମ୍ପତ୍ତିରେ ବୃଦ୍ଧି ଘଟିବା ସହିତ ସ୍ବାସ୍ଥ୍ୟ ଭଲ ରହୁଥିବା ପାଦ୍ରୀ କହିବା ପରେ ତେଲ ନେବାକୁ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ଏହି ଘଟଣାରେ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଗତ କିଛି ବର୍ଷ ମଧ୍ୟରେ ତାଞ୍ଜାନିଆରେ ଚମତ୍କାରୀ ପାଦ୍ରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏବେ ଏହାର ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri