ଚମରାବାହାଲ ମାଲିଆ ହତ୍ୟାକାଣ୍ଡ , ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ,୨୩।୭(ସ୍ବ.ପ୍ର.)
ବୌଦ୍ଧ ଜିଲା ଅତିରିକ୍ତ ଜିଲା ଦୌରାଜଜ ସତ୍ୟନାରାୟଣ ଷଡଙ୍ଗୀ ଏକ ହତ୍ୟା ମାମଲାର ବିଚାର କରି ସୋମବାର ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବାସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେମାନେ ହେଲେ ମନମୁଣ୍ଡା ଥାନା ଚମରାବାହାଲ ଗ୍ରାମର ଛୁଟା ଓରଫ ଦୁଖୁ ବାରିକ(୫୦) ଏବଂ ବାରଖଣ୍ଡିଆ ଓରଫ ସନ୍ତୋଷ ବାରିକ (୨୬)।
ମାମଲାରୁ ପ୍ରକାଶ ଯେ, ୨୦୧୭ ଏପ୍ରିଲ ୨୬ ତାରିଖରେ ଦୁଖୁ ଏବଂ ସନ୍ତୋଷ ଖଜୁରିତାଡି ପିଇବାକୁ ମାଲିଆ ବାରିକଙ୍କୁ ମାଗିଥିଲେ। ପରେ ସେମାନେ ମିଶି ଖଜୁରୀତାଡି ପିଇଥିଲେ। ପୁଣି ଦୁଖୁ ଓ ସନ୍ତୋଷ ଖଜୁରିତାଡି ଦେବାକୁ ମାଲିଆଙ୍କୁ ମାଗିଥିଲେ ା ହେଲେ ମାଲିଆ ଖଜୁରୀତାଡି ଦେବାକୁ ମନା କରିଦେଇଥିଲେ। ଏନେଇ ସେମାନଙ୍କ ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୁଖୁ ଏବଂ ସନ୍ତୋଷ ଏକ ଟାଙ୍ଗିଆରେ ମାଲିଆଙ୍କୁ ଆକ୍ରମଣ କରିଥିଲେ। ଫଳରେ ମାଲିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏନେଇ ମାଲିଆଙ୍କ ସ୍ତ୍ରୀ ସଂଯୁକ୍ତା ବାରିକ ମନମୁଣ୍ଡା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ପୋଲିିସ ଅଭିଯୋଗକୁ ଭିତ୍ତି କରି ଏକ ହତ୍ୟା ମାମଲା(ନଂ.୭୬/୧୭) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ା ପୋଲିସ ଘଟଣାରେ ସମ୍ପୃକ୍ତ ଦୁଖୁ ଏବଂ ସନ୍ତୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ମାମଲା ବୌଦ୍ଧ ଅତିରିକ୍ତ ଜିଲା ଦୌରାଜଜଙ୍କ ଅଦାଲତରେ ମାମଲା(ନଂ ଏସ୍‌ଟି ୮୩/୧୭) ରୁଜୁ ହୋଇ ବିଚାର ହୋଇଥିଲା। ୨୦ଜଣ ସାକ୍ଷୀଙ୍କ ବୟାନ ସହ ଆବଶ୍ୟକ ପ୍ରମାଣକୁ ଭିତ୍ତି କରି ଅତିରିକ୍ତ ଜିଲା ଦୌରା ଷଢଙ୍ଗୀ ଅଭିଯୁକ୍ତ ଦୁଖୁ ଏବଂ ସନ୍ତୋଷଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା ରାୟ ପ୍ରକାଶ କରିଛନ୍ତି। ଜରିମାନା ଅନାଦାୟ ଅଧିକ ୧ ବର୍ଷ କାରାଦଣ୍ଡାଦେଶ ଆଦେଶ ଦେଇଛନ୍ତି। ମାମଲାକୁ ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ଧୁରୀଣ ଦେହୁରୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri