ଚମ୍ପୁଆରେ ଫସିଥିବା ସୁବର୍ଣ୍ଣପୁରର ୨୫ ଘରକୁ ଫେରିଲେ

ସୋନପୁର,୨୭।୩(ନି.ପ୍ର.):ମ୍ୟାଜିକ୍‌ ପ୍ରଦର୍ଶନ କରିବାକୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜିର ୮ଟି ପରିବାର କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳକୁ ଯାଇ ସେଠାରେ ଫସି ରହିଥିଲେ। ପ୍ରଶାସନର ଉଦ୍ୟମକ୍ରମେ ମୋଟ ୨୫ଜଣ ଗୁରୁବାର ରାତିରେ ଗାଁରେ ପହଞ୍ଚତ୍ଛନ୍ତି । ସେମାନଙ୍କ ମଧ୍ୟରେ ୭ଜଣ ଶିଶୁ ଓ ୧୦ଜଣ ମହିଳା ଅଛନ୍ତି। ଲକ୍‌ ଡାଉନ ଯୋଗୁଁ ପୁରୁଷମାନେ ରାସ୍ତା ପାର୍ଶ୍ୱରେ ମ୍ୟାଜିକ୍‌ ପ୍ରଦର୍ଶନ କରି ପାରୁ ନ ଥିଲେ । ମହିଳାମାନେ ଗାଁକୁ ଚୁଡି ବିକ୍ରି କରିବାକୁ ଯିବା ସମୟରେ ଗ୍ରାମବାସୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ । ଗାଡି ଚଳାଚଳ ବନ୍ଦ ଯୋଗୁଁ ସେମାନେ ଘରକୁ ଫେରି ପାରି ନଥିଲେ । ଚମ୍ପୁଆ ଥାନା ରଘୁଆସାହିରେ ରହି ଯାଇଥିଲେ। ପାଖରେ ଟଙ୍କା ନଥିବାରୁ ଖାଇବା ପିଇବାରେ ଅସୁବିଧା ଭୋଗିଥିଲେ। ଏ ସମ୍ପର୍କରେ ଅନ୍ଧାରୀବାଞ୍ଜିର ଜଣେ ବ୍ୟକ୍ତି ସୁବର୍ଣ୍ଣପୁରର ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କୁ ଫୋନ ଯୋଗେ ଜଣାଇଥିଲେ । ଜିଲାପାଳ ମୋନିଷା ବାନାର୍ଜୀ ଏ ସମ୍ପର୍କରେ କେନ୍ଦୁଝର ଜିଲାପାଳଙ୍କ ସହିତ କଥା ହୋଇଥିଲେ। ପରେ ଦୁଇ ଜିଲାର ଶ୍ରମ ବିଭାଗ ମଧ୍ୟରେ ସୂଚନା ଆଦାନ ପ୍ରଦାନ ହୋଇଥିଲା। କେନ୍ଦୁଝର ଜିଲା ପ୍ରଶାସନ ଏକ ଗାଡିରେ ସେମାନଙ୍କୁ ଘରକୁ ପଠାଇବାର ବ୍ୟବସ୍ଥା କରିଥିଲା। ସୁବର୍ଣ୍ଣପୁର ଜିଲା ପ୍ରଶାସନ ରେଡକ୍ରସରୁ ଗାଡି ଭଡା ପ୍ରଦାନ କରିବା ସହିତ ଖାଦ୍ୟପେୟର ବ୍ୟବସ୍ଥା କରିଥିଲେ। ଡାକ୍ତରୀ ଟିମ୍‌ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବା ପରେ ସମସ୍ତଙ୍କୁ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ...

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri