ଚମ୍ପୁଆରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଖାଇଲେ ଚାଉଳ

ଚମ୍ପୁଆ,୪।୬(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ କମିବାର ନାଁ ଧରୁନାହିଁ। ବନ ବିଭାଗର ହାତୀ ଘଉଡାଇବା କୌଶଳ ସବୁ ଦିଗରେ ଫେଲ ମାରୁଛି। ଦୁଇଦିନ ତଳେ ହାତୀ ପଲ ଉପଦ୍ରବ କରିବା ସହିତ ଘର ଭାଙ୍ଗି ଚାଉଳ ଖାଇଦେଇଛନ୍ତି। ଏହି ହାତୀ ପଲଙ୍କ ପାଇଁ ଘର ଭାଙ୍ଗିବା ଓ ଫସଲ ନଷ୍ଟ କରିବା ନିତି ଦିନିଆ ଘଟଣା ଘଟିଥିବା ବେଳେ ଆତଙ୍କିତ ଅବସ୍ଥାରେ ରହିଥିବା ଗ୍ରାମବାସୀଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଉଥିବା ଦେଖାଗଲାଣି। ଫଳରେ ଅନେକ ସମୟରେ ଧନ ଜୀବନ ହାନି ହେଉଛି। ଗତ ବୁଧବାର ଏହି ହାତୀ ପଲ ଚମ୍ପୁଆ ବ୍ଲକର ସାତୋହଳିଆ ଗ୍ରାମରେ ରାତି ଅଧରେ ପଶି ମନୋଜ ଚାତାରଙ୍କ ଘରକୁ ଭାଙ୍ଗିଥିବା ବେଳେ ଘର ଭିତରେ ଥିବା ଚାଉଳ ଖାଇ ନଷ୍ଟ କରିଦେଇଛନ୍ତି। ଘର ଭିତରେ ଶୋଇଥିବା ମନୋଜଙ୍କ ବଡଭାଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବର୍ତ୍ତମାନ ଏହି ୧୪  ହାତୀ ମୁକୁନ୍ଦପୁର ଜଙ୍ଗଲରେ ରହିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri