ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା ବେଳେ ଗତ ମଙ୍ଗଳବାର ରାତିରେ ସ୍ଥାନୀୟ ଏକ ମହିଳା ରୋଗୀଙ୍କୁ ଡାକ୍ତରଖାନା ପକ୍ଷରୁ ଏକ୍ସପାଏରି ସାଲାଇନ ଦେଇ ପୁଣି ସମସ୍ୟା ଘେରକୁ ଟାଣି ହୋଇଯାଇଛି। କର୍ମଚାରୀଙ୍କ ଅବହେଳାକୁ ଦାୟୀକରି ରୋଗୀ ସମ୍ପର୍କୀୟମାନେ ହୋହଲ୍ଲା କରିବାରୁ ଉତ୍ତେଜନା ଦେଖାଦେଇଛି। ଚମ୍ପୁଆ ଆଇଆଇସି ମନୋରଞ୍ଜନ ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ପ୍ରତିଶ୍ରୁତି ଦେବାପରେ ଉତ୍ତେଜନା କମିଥିଲା।
ସୂଚନା ଅନୁସାରେ ଚମ୍ପୁଆ ଧଳାଡିହି ଗ୍ରାମର ମହେନ୍ଦ୍ର ନାଏକଙ୍କ ସ୍ତ୍ରୀ ମାଳତି ନାଏକଙ୍କୁ ଅସୁସ୍ଥ ଅବସ୍ଥାରେ ମଙ୍ଗଳବାର ରାତି ସାଢ଼ ୧୦ଟାରେ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡ୍ୟୁଟିରେ ଥିବା ଜଣେ ଡାକ୍ତର ମେଡିସିନ ବିଭାଗର ଅନ୍ୟ ଏକ ଡାକ୍ତରଙ୍କୁ କଲ କରିବା ପରେ ଉଭୟ ମାଳତିଙ୍କ ଚିକିତ୍ସା ପାଇଁ ଔଷଧ ଓ ସାଲାଇନ ଲେଖିଥିଲେ। ମାତ୍ର ଡ୍ୟୁଟିରେ ଥିବା ନର୍ସ ଜଣକ ଡାକ୍ତରଖାନାରେ ମିଳୁଥିବା ଏନଏସ ସାଲାଇନ ରୋଗୀଙ୍କୁ ଦେଇଥିଲେ। ସାଲାଇନ ଲାଗିବା ପରେ ରୋଗୀଙ୍କ ସମ୍ପର୍କୀୟ ସାଲାଇନର ତାରିଖ ଦେଖିବାରୁ ଏହା ଏକ୍ସପାଏରି ସାଲାଇନ ବୋଲି ଜଣାପଡିବା ପରେ ଡ୍ୟୁଟିରେ ଥିବା କର୍ମଚାରୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ତୁରନ୍ତ ତାହା ଖୋଲିନେଇ ଦୋଷ ଲୁଚାଇବାକୁ ଯାଇ ସାଲାଇନଟିକୁ ଡଷ୍ଟବିନରେ ଫିଙ୍ଗି ଦିଆଯାଇଥିଲା। ତାଙ୍କ ଘରଲୋକ ଚିକିତ୍ସାଳୟରେ ହୋହଲ୍ଲା କରିଥିଲେ। ଫଳରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚିବାରୁ ଉତ୍ତେଜନା କମିଥିଲା। ତେବେ ସାଲାଇନର ତାରିଖକୁ ନ ଦେଖି ସାଲାଇନ ଦେବା ରୋଗୀଙ୍କ ସ୍ବାସ୍ଥ୍ୟ ସହ ଖେଳ ଖେଳାଯାଉଥିବା ଅତ୍ୟନ୍ତ ପରିତାପର ବିଷୟ। ୩ଜଣ ରୋଗୀଙ୍କୁ ଏହି ଏକ୍ସପାଏରି ସାଲାଇନ ଦିଆଯାଇଥିଲେ ମଧ୍ୟ ଡାକ୍ତରଖାନା କର୍ତ୍ତୃପକ୍ଷ ତାଙ୍କ ନାଁ କହିବାକୁ ଅରାଜି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ. କର୍ଣ୍ଣରାମ ମହାନ୍ତଙ୍କୁ ପଚାରିବାରୁ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ସହିତ ଷ୍ଟୋର ରୁମ ଚେକ୍‌ କରାଯାଇ କେଉଁଠୁ ଏହା ଆସିଛି ଏବଂ କର୍ମଚାରୀ କାହିଁକି ଏଥିପ୍ରତି ଦୃଷ୍ଟି ଦେଲେ ନାହିଁ ତାହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri