Posted inଜାତୀୟ

ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍‌ କ୍ଷୀର: ୫୭ ଗିରଫ

ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍‌ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍‌ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି। ଏହି କ୍ଷୀରକୁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ଦିଲ୍ଲୀ, ହରିୟାଣା ଆଦି ୬ଟି ରାଜ୍ୟରେ ଥିବା ବ୍ରାଣ୍ଡେଡ୍‌ କ୍ଷୀର ଉତ୍ପାଦନକାରୀ ୟୁନିଟ୍‌କୁ ପଠାଯାଉଥିବା ପୋଲିସ କହିଛି। ମୋରେନା ଜିଲାର ଅମ୍ବା ଏବଂ ଭିଣ୍ଡ୍‌ ଜିଲାର ଲହରଠାରେ ଥିବା ଏହି ସିନ୍ଥେଟିକ୍‌ କ୍ଷୀର କାରଖାନାକୁ ସିଲ୍‌ କରାଯାଇଛି। ସ୍ପେଶାଲ୍‌ ଟାସ୍କ୍‌ ଫୋର୍ସ(ଏସଟିଏଫ୍‌) ଚଢ଼ାଉ ସମୟରେ ୧୦ ହଜାର ଲିଟର କ୍ଷୀର, ୫ଶହ କିଲୋଗ୍ରାମ୍‌ ଖୁଆ, ୨ଶହ କିଲୋଗ୍ରାମ୍‌ ପନିର ଜବତ ହୋଇଥିବା ଏସ୍‌ପି ରାଜେଶ ଭଦୋରିଆ ସୂଚନା ଦେଇଛନ୍ତି। କ୍ଷୀର ନେଇ ଯାଉଥିବା ୨୦ ଟ୍ୟାଙ୍କର ଏବଂ ୧୧ ପିକ୍‌ ଅପ୍‌ ଭ୍ୟାନ୍‌କୁ ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri