Posted inଜାତୀୟ

ଚମ୍ବଲରୁ ୬ଟି ରାଜ୍ୟକୁ ସପ୍ଲାଏ ହେଉଥିଲା ସିନ୍ଥେଟିକ୍‌ କ୍ଷୀର: ୫୭ ଗିରଫ

ଭୋପାଳ,୨୦।୭: ମଧ୍ୟପ୍ରଦେଶ ଗ୍ବାଲିୟର-ଚମ୍ବଲ ଅଞ୍ଚଳରେ ଚାଲିଥିବା ୩ଟି ସିନ୍ଥେଟିକ୍‌ କ୍ଷୀର କାରଖାନା ଉପରେ ପୋଲିସ ଚଢ଼ାଉ କରିଛି। ଏନେଇ ୫୭ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ସିନ୍ଥେଟିକ୍‌ କ୍ଷୀର ପ୍ରସ୍ତୁତିରେ ବ୍ୟବହୃତ ହେଉଥିବା ବିଭିନ୍ନ ପଦାର୍ଥ ଜବତ ହୋଇଛି। ଏହି କ୍ଷୀରକୁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ରାଜସ୍ଥାନ, ଦିଲ୍ଲୀ, ହରିୟାଣା ଆଦି ୬ଟି ରାଜ୍ୟରେ ଥିବା ବ୍ରାଣ୍ଡେଡ୍‌ କ୍ଷୀର ଉତ୍ପାଦନକାରୀ ୟୁନିଟ୍‌କୁ ପଠାଯାଉଥିବା ପୋଲିସ କହିଛି। ମୋରେନା ଜିଲାର ଅମ୍ବା ଏବଂ ଭିଣ୍ଡ୍‌ ଜିଲାର ଲହରଠାରେ ଥିବା ଏହି ସିନ୍ଥେଟିକ୍‌ କ୍ଷୀର କାରଖାନାକୁ ସିଲ୍‌ କରାଯାଇଛି। ସ୍ପେଶାଲ୍‌ ଟାସ୍କ୍‌ ଫୋର୍ସ(ଏସଟିଏଫ୍‌) ଚଢ଼ାଉ ସମୟରେ ୧୦ ହଜାର ଲିଟର କ୍ଷୀର, ୫ଶହ କିଲୋଗ୍ରାମ୍‌ ଖୁଆ, ୨ଶହ କିଲୋଗ୍ରାମ୍‌ ପନିର ଜବତ ହୋଇଥିବା ଏସ୍‌ପି ରାଜେଶ ଭଦୋରିଆ ସୂଚନା ଦେଇଛନ୍ତି। କ୍ଷୀର ନେଇ ଯାଉଥିବା ୨୦ ଟ୍ୟାଙ୍କର ଏବଂ ୧୧ ପିକ୍‌ ଅପ୍‌ ଭ୍ୟାନ୍‌କୁ ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri