ପରଜଙ୍ଗ, ୨୫।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ମୃତଦେହ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରିଛନ୍ତି। ଏମ୍ବିବିଏସ୍ ଡାକ୍ତର ହିଁ ଶବ ବ୍ୟବଚ୍ଛେଦ କରିପାରିବେ ଏବଂ ଏହାର ରିପୋର୍ଟ ମଧ୍ୟ ସେ ହିଁ ପ୍ରସ୍ତୁତ କରିବେ ବୋଲି ନିୟମ ରହିଛି। ହେଲେ ଏମ୍ବିବିଏସ୍ ଡାକ୍ତରଙ୍କ ଅନୁପସ୍ଥିତିରେ ଏହି କାର୍ଯ୍ୟ କରାଯାଇଥିବାବେଳେ ଏବେ କିଏ ଏବଂ କେମିତି ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କରିବେ ତାହାକୁ ନେଇ ସୃଷ୍ଟି ହୋଇଛ ପ୍ରଶ୍ନବାଚୀ।
ପାଣିଗେଙ୍ଗୁଟିଆ ଗ୍ରାମର ଜଣେ ଛାତ୍ରୀ ରବିବାର ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ତାଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉକ୍ତ ସମୟରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ସ୍ଥିତପ୍ରଜ୍ଞ ମହାନ୍ତି ଅନୁପସ୍ଥିତ ଥିଲେ। ତେଣୁ ଛାତ୍ରୀଙ୍କୁ ମୃତ ଘୋଷଣା କରିବାକୁ ନେଇ ଅଡ଼ୁଆ ବଢ଼ିଥିଲା। କାରଣ କୌଣସି ବ୍ୟକ୍ତିଙ୍କୁ ମୃତ ଘୋଷଣା କରିବା ଆୟୁଷ ଡାକ୍ତରଙ୍କ କାର୍ଯ୍ୟ ପରିସର ବାହାରେ। ତେଣୁ ସ୍ବାସ୍ଥ୍ୟକେନ୍ଦ୍ରରେ ଉପସ୍ଥିତ ଆୟୁଷ ଡାକ୍ତର ରଞ୍ଜନା ଗଡ଼ନାୟକ ଏହି କାର୍ଯ୍ୟ କରିବାକୁ ମନା କରିଥିଲେ। ହେଲେ ଏମ୍ବିବିଏସ୍ ଡାକ୍ତର ଅନୁପସ୍ଥିତ ଥିବାରୁ ପରେ ସେ ଛାତ୍ରୀଙ୍କୁ ମୃତ ଘୋଷଣା ସହ ବ୍ୟବଚ୍ଛେଦ ମଧ୍ୟ କରିଥିଲେ।
ଏ ନେଇ ପୂର୍ବତନ ଜିଲା ପରିଷଦ ସଭ୍ୟ ନିରାକାର ପ୍ରଧାନ କୁହନ୍ତି, ପାଣିରେ ବୁଡ଼ିଯାଇ କେହି ପ୍ରାଣ ହରାଇଲେ ୪ଲକ୍ଷ ଟଙ୍କା ସରକାରୀ ସହାୟତା ଦେବାକୁ ବ୍ୟବସ୍ଥା ରହିଛି। ଏଥିଲାଗି ବ୍ୟବଚ୍ଛେଦ ରିପୋର୍ଟ ବେଶ୍ ଗୁରୁତ୍ୱ ରଖେ। ହେଲେ ଆୟୁଷ ଡାକ୍ତର ବ୍ୟବଚ୍ଛେଦ କରିବା ଏବଂ ଏହାର ରିପୋର୍ଟ ଅନୁପସ୍ଥିତ ଥିବା ଏମ୍ବିବିଏସ୍ ଡାକ୍ତର କିପରି ଦେବେ ତାହାକୁ ନେଇ କଳ୍ପନାଜଳ୍ପନା ଦେଖାଦେଇଛି। ଏ ନେଇ ସେ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବେ। ଆବଶ୍ୟକ ପଡ଼ିଲେ ଅନଶନରେ ବସିବେ ବୋଲି କହିଛନ୍ତି।
ଡାକ୍ତର ରଞ୍ଜନା ନିଜର ମତାମତରେ କୁହନ୍ତି, ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଅନୁପସ୍ଥିତ ଥିଲେ। ତାଙ୍କ ନିର୍ଦ୍ଦେଶକ୍ରମେ ସେ ଶବ ବ୍ୟବଚ୍ଛେଦ କରିଥିଲେ। ହେଲେ ଅଥରାଇଜ ନ ଥିବାରୁ ରିପୋର୍ଟ ଦେବା ତାଙ୍କ ପକ୍ଷେ ସମ୍ଭବ ନୁହେଁ ବୋଲି ସେ କହିଛନ୍ତି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ କୁହନ୍ତି, ଆୟୁଷ ଡାକ୍ତର ମୃତଦେହ ଦେଖି ଭୟ କରୁଛନ୍ତି। ରବିବାର ଅନ୍ୟ କେହି ଡାକ୍ତର ନ ଥିବାର ଛାତ୍ରୀଙ୍କ ବ୍ୟବଚ୍ଛେଦ କରିବାକୁ ଡାକ୍ତର ରଞ୍ଜନା ଗଡ଼ନାୟକଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ହେଲେ ରିପୋର୍ଟ ଦେବା ତାଙ୍କ ଅଧିକାର ନାହିଁ। ତାଙ୍କଠାରୁ ପଚାରି ବୁଝି ବ୍ୟବଚ୍ଛେଦ ରିପୋର୍ଟ ଦିଆଯିବ। ଏଥିରେ କୌଣସି ସମସ୍ୟା ହେବନାହିଁ।
ଚର୍ଚ୍ଚାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ମୃତଦେହ ବ୍ୟବଚ୍ଛେଦ କଲେ ଆୟୁଷ ଡାକ୍ତର
Posted inHome, ଆମ ଜିଲା ଖବର, ଢେଙ୍କାନାଳ View All
IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…
ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…
କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ
ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…
ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ: ୬ ବରିଷ୍ଠ ଅଧିକାରୀ ସସପେଣ୍ଡ
ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ସମୟରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ ଆୟୋଗ । ଆଗ୍ରା…
‘It’s Done, Broooo!’ ଖାର୍ଗେଙ୍କ ବୟାନ ପରେ ଭାଜପାର କଟାକ୍ଷ, ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ
ନୂଆଦିଲ୍ଲୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବିବାଦୀୟ ମନ୍ତବ୍ୟ ପରେ ରାଜନୈତିକ ମାହୋଲ ସରଗରମ ହୋଇଛି । ଏହି ପ୍ରସଙ୍ଗକୁ…
ପୂର୍ବଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ
ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର କୁମାର ପୂର୍ଣ୍ଣମୀ ସାରେ କାଳୁ ଗୌଡ଼(୪୧) ନାମକ…
ବାତ୍ୟା ମୁକାବିଲା ପ୍ରସ୍ତୁତି: ଜିରୋ କାଜୁଆଲିଟି ଲକ୍ଷ୍ୟ
ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭଞ୍ଜନଗର ଉପଜିଲ୍ଲାପାଳ…
ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଲା ଖୁସି ଖବର: ଏହି ୨ ଖେଳାଳି…
ନୂଆଦିଲ୍ଲୀ,୨୬।୧୦: ଭାରତୀୟ କ୍ରିକେଟ ଦଳର ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ଦ୍ରୁତ ବୋଲର ଜଶପ୍ରୀତ ବୁମ୍ରା ଏବଂ ଉଇକେଟକିପର-ବ୍ୟାଟର ଋଷଭ ପନ୍ତ ଏବେ ବେଙ୍ଗାଲୁରୁସ୍ଥିତ ସେଣ୍ଟର…
‘ଡୋର୍-ଟୁ-ଡୋର୍ ସର୍ଭେ’ ଆରମ୍ଭ, ଯୋଗଦେଲେ ଉପଜିଲାପାଳ
ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୌରାଞ୍ଚଳରେ ସୋମବାରଠାରୁ ‘ଡୋର୍-ଟୁ-ଡୋର୍ ସର୍ଭେ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗେଦଲ ନାଇଡୁପାଲମ ଗ୍ରାମରୁ ଏହି…

