ଚର୍ଚ୍ଚ ଅଫ୍‌ ଗଡ୍‌ରେ ଝରଣାଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୪।୧୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତ୍ରୀ ଝରଣା ଦାସଙ୍କ ଶେଷକୃତ୍ୟ କଟକ ଗୋରାକବର ନିକଟସ୍ଥ ଚର୍ଚ୍ଚ ଅଫ୍‌ ଗଡ୍‌ ପରିସରରେ ଶନିବାର ସମ୍ପନ୍ନ ହୋଇଛି। ଅପରାହ୍ନ ୨ଟାରେ କଟକ ଚଣ୍ଡୀଛକସ୍ଥିତ ବାସଭବନରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟକୁ ନିଆଯାଇଥିଲା। ପରେ ବକ୍‌ଲି ବାଳିକା ବିଦ୍ୟାଳୟ, ଆକାଶବାଣୀ କେନ୍ଦ୍ର ପରିସରକୁ ନିଆଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ସେଠାରୁ ମରଶରୀରକୁ କବରସ୍ଥାନ ଅଭିମୁଖେ ନିଆଯାଇଥିଲା। କଟକ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ମାଧ୍ୟମରେ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ଅତିରିକ୍ତ ଡିସିପି ଅନିଲ କୁମାର ମିଶ୍ର ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଖ୍ରୀଷ୍ଟିଆନ ଧର୍ମଗୁରୁ ସାମ୍‌ ସୋମଲିଙ୍ଗମ୍‌ ଓ ନୀହାର ରଞ୍ଜନ ବର୍ଦ୍ଧନ ବାଇବେଲ ପାଠ ଓ ପ୍ରାର୍ଥନା କରିଥିଲେ। ପରେ ଖ୍ରୀଷ୍ଟିଆନ ରୀତିନୀତି ଅନୁସାରେ ଝରଣାଙ୍କ ମରଶରୀରକୁ କବର ଦିଆଯାଇଥିଲା। ଶେଷକୃତ୍ୟ ସମୟରେ ଝରଣାଙ୍କ ବଡ଼ପୁଅ ଚିରଞ୍ଜିତ, ସାନପୁଅ ସମ୍ବିତ, କନ୍ୟା ପ୍ରଜ୍ଞାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଆକାଶବାଣୀ, ଦୂରଦର୍ଶନ ତଥା ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଝରଣା ଦାସ ଗୁରୁବାର ରାତିରେ ଶୋଇଥିବାବେଳେ ଅସୁସ୍ଥ ଅନୁଭବ କରିଥିଲେ। ମେଡିକାଲ ନେବା ପୂର୍ବରୁ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିଲା। ତାଙ୍କର ଦୁଇପୁଅ ବାହାରେ ରହୁଥିବା କାରଣରୁ ଶେଷକୃତ୍ୟ ପାଇଁ ପରିବାର ପକ୍ଷରୁ ଅପେକ୍ଷା କରାଯାଇଥିଲା। ତାଙ୍କ ମୃତ୍ୟୁରେ ଆକାଶବାଣୀ, ଦୂରଦର୍ଶନ ତଥା ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି। ପରଲୋକ ଖବରପାଇ ବହୁ କଳାକାର ଓ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ଶେଷଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri