ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ: ଓ୍ବାର୍ଡସଭ୍ୟା ମୃତ, ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ଅଞ୍ଚଳରେ ଗୁରୁବାର ଏକ ଅଘଟଣ ଘଟିଛି। ଗଛ ପଡ଼ିଯିବାରୁ ଅଟୋରେ ଯାଉଥିବା ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ହେଲେ ଉକ୍ତ ବ୍ଲକ ପ୍ଳିହେରୀ ପଞ୍ଚାୟତର ୩ ନମ୍ବର ୱାର୍ଡ ସଭ୍ୟା ସାବନ୍ତୀ ପ୍ରଧାନ। ଗୁରୁତର ହେଲେ ପ୍ରଦୀପ ପ୍ରଧାନ। ପ୍ରଦୀପଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଅନ୍ୟତ୍ର ଚିକିତ୍ସା ପାଇଁ ନିଆଯାଇଥିବା ଜଣାପଡ଼ିଛି ା
ପ୍ରକାଶ ଯେ, ସାବନ୍ତୀ ଦାରିଙ୍ଗବାଡ଼ି ବହୁମୁଖୀ ସମବାୟ ସମିତିରୁ ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ନେଇ ଗ୍ରାମକୁ ଅଟୋ (ଓଡି୧୨ସି-୧୧୯୬)ରେ ଘରକୁ ଫେରୁଥିଲେ। ଉକ୍ତ ଅଟୋରେ ପ୍ରଦୀପଙ୍କ ସହ ଅନ୍ୟ କେତେଜଣ ଲୋକ ବସିଥିଲେ। ତେବେ ପୂର୍ତ୍ତ ବିଭାଗର ଡୁଲୁରୀ ପାଇନ୍‌ ବଣ ନିକଟରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଏକ ପାଇନ୍‌ ଗଛ ଭାଙ୍ଗି ଅଟୋ ଉପରେ ପଡ଼ିଯାଇଥିଲା। ଫଳରେ ସେଥିରେ ଚାପି ହୋଇ ସାବନ୍ତୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଛି।
ଦାରିଙ୍ଗବାଡ଼ିରୁ ପ୍ଳିହେରି ଏବଂ ଦାରିଙ୍ଗବାଡ଼ିରୁ ଶ୍ରାନିକେତା ମଧ୍ୟରେ ବହୁ ଗଛ ବିପଦସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଏହାକୁ ହଟାଯିବା କିମ୍ବା ଗାର୍ଡ ୱାଲକରି ଗଛକୁ ସୁରକ୍ଷିତ ରଖାଯିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri