Posted inଜାତୀୟ

ଚଳନ୍ତା ଟ୍ରେନରେ ଫସିଯାଇଥିବା ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କନଷ୍ଟେବଳ

ହାଇଦ୍ରାବାଦ,୩୦।୮: ହାଇଦ୍ରାବାଦର ଏକ ରେଳ ଷ୍ଟେଶନରେ ଚକିତ କରିଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ଯାତ୍ରୀ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଟ୍ରେନ ଓ ପ୍ଲାଟଫର୍ମ ମଝିରେ ଫସିଯାଇଥିଲେ। ସେହି ସମୟରେ ଜଣେ କନଷ୍ଟେବଳ ତାଙ୍କୁ ମରଣ ମୁହଁରୁ ଉଦ୍ଧାର କରିଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଗୁରୁବାର ସକାଳେ ହାଇଦ୍ରାବାଦର ନାମପଲ୍ଳୀ ରେଲଓ୍ବେ ଷ୍ଟେଶନରେ ଚେନ୍ନାଇରୁ ଆସୁଥିବା ଚାରମିନାର ଏକ୍ସପ୍ରେସରୁ ଜଣେ ୪୫ ବର୍ଷୀୟ ଯାତ୍ରୀ ପ୍ଲାଟଫର୍ମରେ ଓହ୍ଲାଉଥିବା ବେଳେ ତାଙ୍କ ପାଦ ଖସିଯିବାରୁ ଟ୍ରେନ ଓ ପ୍ଲାଟଫର୍ମ ମଝିରେ ଫସିଯାଇଥିଲେ। ଏହାପରେ ସେ ଚିତ୍କାର କରିଥିଲେ। ସେହି ସମୟରେ ଆରପିଏଫ୍‌ର ଜଣେ କନଷ୍ଟେବଳ ବିକଳ କୁମାର କାର୍ଯ୍ୟରତ ଥିବା ବେଳେ ବ୍ୟକ୍ତି ଜଣଙ୍କୁ ଫସିଥିବାର ଦେଖି ସଙ୍ଗେ ସଙ୍ଗେ ତାଙ୍କୁ ଚଳନ୍ତା ଟ୍ରେନ ମଝିରୁ ଉଦ୍ଧାର କରିଥିଲେ। ଏହି ଘଟଣାରେ ଯାତ୍ରୀ ଜଣକ ସୁରକ୍ଷିତ ଥିବା ଜଣାପଡ଼ିଛି। ଅନ୍ୟପଟେ କନଷ୍ଟେବଳ ବିକଳ କୁମାରଙ୍କ ଏହି ସାହସିକତା କାର୍ଯ୍ୟ ପାଇଁ ଆରପିଏଫ୍‌ ଆଇଜି ଓ ସାଧାରଣ ଲୋକ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri