ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍‌ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍‌ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର ସମ୍ମାନିତ କରିଛନ୍ତି। କମିଶନରେଟ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କମିଶନର ସତ୍ୟଜିତ ମହାନ୍ତି ତାଙ୍କୁ ପ୍ରଶଂସାପତ୍ର ସହ ୧ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଛନ୍ତି। ହାବିଲଦାର ହାତୀ ସମସ୍ତଙ୍କ ପାଇଁ ଆଦର୍ଶ ବୋଲି ମହାନ୍ତି କହିଛନ୍ତି।
ସୂଚନା ମଙ୍ଗଳବାର ରାତି ପ୍ରାୟ ୪ଟାରେ ଡିସିପିଙ୍କ କାର୍ଯ୍ୟାଳୟସ୍ଥିତ ମଡର୍ନ କଣ୍ଟ୍ରୋଲ ରୁମ୍‌କୁ ଏକ ଫୋନ୍‌ କଲ୍‌ ଆସିଥିଲା। କଲ୍‌ କରିଥିବା ବ୍ୟକ୍ତିଜଣକ ନିଜକୁ ବିହାର ପାଟଣାର ଉମେଶ କୁମାର ବୋଲି ପରିଚୟ ଦେବା ସହ ସେ ଏର୍ନାକୁଲମ-ପାଟଣା ଏକ୍ସପ୍ରେସରୁ ଖସିପଡିଥିବା ଓ ତୁରନ୍ତ ତାଙ୍କୁ ଉଦ୍ଧାର କରିବାକୁ ନିବେଦନ କରିଥିଲେ। ହେଲେ ସେ ପଡ଼ିଥିବା ସ୍ଥାନ କହି ନ ପାରିବାରୁ କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟରତ ସୁଶାନ୍ତ ଦ୍ୱନ୍ଦ୍ୱରେ ପଡ଼ିଯାଇଥିଲେ। ହେଲେ ଏହାକୁ ଅଣଦେଖା ନ କରି ତୁରନ୍ତ ମଞ୍ଚେଶ୍ୱର ଥାନା ପିସିଆର ଭ୍ୟାନ ଡ୍ରାଇଭରଙ୍କୁ ସାଙ୍ଗରେ ଧରି ଉକ୍ତ ଟ୍ରେନ୍‌ ଯାତ୍ରୀଙ୍କୁ ଖୋଜିବାକୁ ଲାଗିପଡିଥିଲେ। ବାଣୀବିହାର ଷ୍ଟେଶନରୁ ମଞ୍ଚେଶ୍ୱର ଷ୍ଟେଶନ ଆଡ଼କୁ ଟ୍ରେନ ଲାଇନ କଡ଼ରେ ୩ କି.ମି. ଚାଲିଚାଲି ଯିବା ପରେ ଉକ୍ତ ଯୁବକକୁ ଠାବ କରିଥିଲେ। ଯୁବକ ଜଣକ ସେଠାରେ ରକ୍ତାକ୍ତ ଅବସ୍ଥାରେ ପଡି ରହି ଯନ୍ତ୍ରଣାରେ ଛଟପଟ ହେଉଥିଲେ। ହେଲେ ଉକ୍ତ ସ୍ଥାନକୁ ଗାଡି ଯିବା ସମ୍ଭବ ନ ଥିବାରୁ ଓ ତାଙ୍କର ଅବସ୍ଥା ସଂକଟାପନ୍ନ ଥିବାରୁ ସୁଶାନ୍ତ ଆହତ ଯୁବକଙ୍କୁ କାନ୍ଧରେ ପକାଇ ଦୌଡ଼ି ଦୌଡ଼ି ପିସିଆର୍‌ ଭ୍ୟାନ୍‌ ନିକଟରେ ପହଞ୍ଚତ୍ଥିଲେ। ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଏବେ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri