ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଜିଲାରେ ୯ଶହ ବାସଗୃହ କ୍ଷତିଗ୍ରସ୍ତ ହୋଇଛି । ୬ଟି ବ୍ଲକ ପ୍ରଭାବିତ ହୋଇଥିବା ବେଳେ ଏହି ବ୍ଲକ ଅନ୍ତର୍ଗତ ୩୬ ଗ୍ରାମର ଲୋକେ ପ୍ରଭାବିତ ହୋଇଛନ୍ତି । ଏହାବ୍ୟତୀତ ଜିଲାର ୨୩୩ ହେକ୍ଟର ଚାଷ ଜମିରେ ବାଲିଚର ମାଡ଼ିଯାଇଛି । ଜିଲା ପ୍ରଶାସନ ପ୍ରଥମ ପର୍ଯ୍ୟାୟର କ୍ଷତିପୂରଣ ବାବଦରେ ସହାୟତା ରାଶି ପ୍ରଦାନ କରିସାରିଛି । ମାଲକାନଗିରି ଜିଲା ସଦର ମହକୁମାରଠାରୁ ଆରମ୍ଭ କରି ବାଲିମେଳା, ମାଥିଲି, କାଲିମେଳା, ମୋଟୁ, ପଡ଼ିଆ ମୁଖ୍ୟରାସ୍ତା ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଗ୍ରାମ୍ୟ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ବିଶେଷ କରି ଗ୍ରାମ୍ୟ ନିର୍ମାଣ, ସାଉଥକୋ, ରାସ୍ତା ଓ ଗୃହ ବିଭାଜନ ବିଭାଗ କ୍ଷୟକ୍ଷତିର ଆକଳନ କରୁଛନ୍ତି। ବନ୍ୟା ସମୟରେ ୭ଟି ଅଗ୍ନିଶମ ବାହିନୀ ଓ ଗୋଟିଏ ଓଡ୍ରାଫ ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିଲେ। ୫୨ଟି ସ୍ଥାନରେ ରିଲିଫ କ୍ୟାମ୍ପ ଖୋଲାଯାଇଥିଲା । ୫୫୦୦ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା ବୋଲି ଡେପୁଟି କଲେକ୍ଟର ଅକ୍ଷୟ କୁମାର ଖେମୁଡ଼ୁ କହିଛନ୍ତି। ସେହିପରି ୨୦ଟି ବ୍ୟକ୍ତିଗତ ପୋଖରୀ ବନ୍ୟା ଜଳରେ ନଷ୍ଟ ହୋଇଛି । ୯୨ଟି ସ୍ଥାନରେ ଗ୍ରାମ୍ୟ ରାସ୍ତା କ୍ଷତିଗ୍ରସ୍ତ ହୋଇଥିବା ବେଳେ ମୋଟ ୪୭ କି.ମି.ରାସ୍ତା ଓ ୩୫ଟି କଲଭର୍ଟ କ୍ଷତିଗ୍ରସ୍ତ ହୋଇଛି । ତେବେ ବର୍ତ୍ତମାନ ମଧ୍ୟ କ୍ଷୟକ୍ଷତି ଆକଳନ ଜାରି ରହିଛି। ଆଗାମୀ ଦିନରେ କ୍ଷୟକ୍ଷତିର ପରିମାଣ ବଢିପାରେ ବୋଲି ଡେପୁଟି କଲେକ୍ଟର ଖେମୁଡ଼ୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri